ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଥିଲା। ତେବେ ସେଠାରେ ଶାନ୍ତି ଫେରି ବସିଥିବାବେଳେ ବର୍ତ୍ତମାନ ଜିଲାର ଗ୍ରାମାଞ୍ଚଳରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଥିବା ପରିଲକ୍ଷିତ ହୋଇଛି। ମଙ୍ଗଳବାର ଦ୍ବିପ୍ରହରରେ ଗୋଡଭଗା କ୍ୟାମ୍ପରୁ ଗୋଡଭଗା ଗ୍ରାମକୁ ସଂଯୋଗ କରୁଥିବା ପୁରୁଣା ରାସ୍ତା ପାଶର୍‌ବସ୍ଥ ଏକ କୁକୁଡା ଦୋକାନରେ ଭୁଜାଲି ଓ ଛୁରାମାଡ ହୋଇଛି। ଏଥିରେ ସ୍ଥାନୀୟ ଗୋଲକ ନଗର ନିବାସୀ ଗୋବର୍ଦ୍ଧନ ପାଣ୍ଡେ (୩୮) ଏବଂ ପ୍ରତିପକ୍ଷର ଗୋଡଭଗା ନିବାସୀ ପିକୁଲ ଦାଶ(୩୫) ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ପଠାଯାଇଥିଲା। ତେବେ ଚିକିତ୍ସା ପରେ ସେମାନେ ଗୁରୁବାର ଘରକୁ ଫେରିଥିବା ସୂଚନା ମିଳିଛି।
ତେବେ ଏ ନେଇ ଗୋବର୍ଦ୍ଧନ ଏତଲା ଦେଇଥିବାବେଳେ ପ୍ରତିପକ୍ଷରୁ ଏପର୍ଯ୍ୟନ୍ତ ଏତଲା ହୋଇ ନ ଥିବା ଗୋଡଭଗା ଫାଣ୍ଡି ଅଧିକାରୀ କହିଛନ୍ତି। ଅନ୍ୟପକ୍ଷରେ ଘଟଣାସ୍ଥଳଟି ଗୋଡଭଗା ଫାଣ୍ଡିଠାରୁ ଅନତିଦୂରରେ ରହିଛି ଏବଂ ଘଟଣାସ୍ଥଳ ନିକଟରେ ଅବାଧରେ ନିଶା କାରବାର ଚାଲୁଥିଲେ ସୁଦ୍ଧା ସେଥିପ୍ରତି ପୋଲିସ ଆଖିବୁଜି ଦେଇଥିବା ଦିନ ଦ୍ବିପ୍ରହରରେ ଯୋଗୁ ଏଭଳି ଅପରାଧ ଘଟୁଥିବା ସାଧାରଣରେ ଅଭିଯୋଗ ହୋଇଛି। ଏଥିପ୍ରତି ଦୃଷ୍ଟି ଦେଇ ନିଶା କାରବାରରେ ଅଙ୍କୁଶ ଲଗା ନ ଗଲେ ଏଠାରେ ଏଭଳି ଅପରାଧର ପୁନରାବୃତ୍ତି ଆଶଙ୍କା ରହିଛି। ଫଳରେ ବରଗଡ଼ ଏସପି ଏଠାରେ ନିଶା କାରବାର ଦମନ କରିବା ଦିଗରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri