ଗୋତି ଶ୍ରମିକ ମୁକ୍ତି ମାମଲା: ସଂଶୋଧିତ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

କଟକ ଅଫିସ,୨୨ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଆଣ୍ଟି ସ୍ଲାଭେରୀ ଇଣ୍ଡିଆ ସଂସ୍ଥାର ମୁଖ୍ୟ ତଥା ମାନବାଧିକାର କର୍ମୀ ବାଘାମ୍ବର ପଟ୍ଟନାୟକଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ସଂଶୋଧିତ ଆବେଦନ ହୋଇଥିବାବେଳେ ଗୁରୁବାର ହାଇକୋର୍ଟ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଓ ବିଚାରପତି କେ.ଆର୍‌ ମହାପାତ୍ରଙ୍କ ଖଣ୍ଡପୀଠ ଏହାକୁ ଶୁଣାଣି ପାଇଁ ଗ୍ରହଣ କରିଛନ୍ତି। ଆସନ୍ତା ଡିସେମ୍ବର ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ମାମଲାର ବିବରଣୀରୁ ପ୍ରକାଶ, କାମାକ୍ଷାନଗର ଅଞ୍ଚଳର ୧୪ ଜଣ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ପଟ୍ଟନାୟକଙ୍କ ପକ୍ଷରୁ ଏହି ମାମଲା ରୁଜୁ ହୋଇଛି। ଏହି ୧୪ ଜଣ ଗୋତିଶ୍ରମିକଙ୍କ ମୁକ୍ତି ପାଇଁ ରାଜ୍ୟ ମାନବାଧିକାର ଆୟୁକ୍ତ ଢେଙ୍କାନାଳ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଅନୁଯାୟୀ, ଜିଲା ପ୍ରଶାସନ କାର୍ଯ୍ୟ କରୁନାହିଁ। ଏହି ଘଟଣାରେ ଢେଙ୍କାନାଳ ଉପଜିଲାପାଳ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।ତେବେ ଜଣେ ଉପଜିଲାପାଳ ଗୋତି ଶ୍ରମିକଙ୍କ ମୁକ୍ତି ପାଇଁ ଜଣେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାର ନିୟମ ନାହିଁ। ତେଣୁ ଉପଜିଲାପାଳଙ୍କ ଏଭଳି ଆଦେଶକୁ ବେଆଇନ ଦର୍ଶାଇ ପଟ୍ଟନାୟକ ହାଇକୋର୍ଟରେ ମାମଲା ରୁଜୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri