Posted inରାଜ୍ୟ

ଗୋଦରବିଲିଠାରେ ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; କଙ୍କଡ଼ାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ମୃତ, ସ୍ତ୍ରୀ ଗୁରୁତର

କାମାକ୍ଷାନଗର,୬।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡିଠାରୁ ୫୦୦ ମିଟର ଦୂର ଗୋଦରବିଲିଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଙ୍କଡାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ଏସ୍‌. ନବୀନ କୁମାର(୫୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଏସ୍‌. ପ୍ରଶାନ୍ତି(୪୨) ଗୁରୁତର ଆହତ ହୋଇଛନ୍ତି। ପ୍ରଶାନ୍ତି ବାପ ଘର ପାରଳାଖେମୁଣ୍ଡିରୁ ଟ୍ରେନ୍‌ ଯୋଗେ ସ୍ବାମୀଙ୍କ ପାଖକୁ ଆସୁଥିବାରୁ ନବୀନ ତାଙ୍କୁ ଏକ ଭଡ଼ା କାର (ଓଆର୍‌-୦୨-ବିୟୁ-୮୦୪୮)ରେ ଆଣିବା ଲାଗି ଯାଇଥିଲେ। ଉଭୟ ଢେଙ୍କାନାଳ ଷ୍ଟେଶନରୁ କାମାକ୍ଷାନଗର ଅଭିମୁଖେ ଆସୁଥିବା ସମୟରେ ସେମାନଙ୍କ ଗାଡ଼ିଟି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଯନ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରଶାନ୍ତି ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରଶାନ୍ତି ବିପଦମୁକ୍ତ ଅଛନ୍ତି।

ଦୁର୍ଘଟଣା ପରେ କାର୍‌ ଓ ଟ୍ରକ୍‌ ଡ୍ରାଇଭର ଫେରାର ହୋଇ ଯାଇଥିବାବେଳେ ଖବର ପାଇ ତୁମୁସିଙ୍ଗା ଥାନା ଅଧିକାରୀ ବିଷ୍ଣୁ ଚରଣ ବାରିକ ଘଟଣା ସ୍ଥଳରେ ପହଞ୍ଚତ୍ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛନ୍ତି। ଏ ନେଇ ତୁମୁସିଙ୍ଗା ଥାନାରେ ଏକ ମାମଲା (୫୬/୧୯) ଏବଂ ଦଫା ୨୭୯, ୩୩୭, ୩୩୮, ୩୦୪(ଏ)ରେ କେସ୍‌ ରୁଜୁ କରାଯାଇଛି।

ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସମଗ୍ର କଙ୍କଡ଼ାହାଡ଼ ବ୍ଲକରେ ଶୋକର ଛାୟା ଖେଳିଯାଇଛି। ଖବର ପାଇ କାମାକ୍ଷାନଗର ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, କଙ୍କଡାହାଡ ବିଡିଓ ଦେବଦତ୍ତ ମହନ୍ତ, କଙ୍କଡାହାଡ଼ ବ୍ଲକ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସାହୁଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ପହଞ୍ଚି ତାଙ୍କର ଶେଷଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri