ଗୋଦାବରୀ ନଦୀରେ ଲଞ୍ଚ ବୁଡି ଘଟଣା:ନିଖୋଜଙ୍କୁ ଖୋଜୁଛି ବାୟୁସେନା, ନୌସେନା

ମାଲକାନଗିରି,୧୭-୯(ଡି.ଏନ୍‌.ଏ.):ମାଲକାନଗିରି ଜିଲା ସୀମାନ୍ତବର୍ତ୍ତୀ ଆନ୍ଧ୍ର ପ୍ରଦେଶରେ ପୂର୍ବ ଗୋଦାବରୀ ନଦୀରେ ରବିବାର ଲଞ୍ଚ ବୁଡି ୫୦ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ୧୨ ଜଣଙ୍କ ମୃତଦେହ ଊଦ୍ଧାର କରାଯାଇଥିଲା। ସୋମବାର ଅନ୍ୟ ନିଖୋଜମାନଙ୍କୁ ଖୋଜିବା ଲାଗି ବାୟୁସେନା ଓ ନୌସେନାର ହେଲିକେପ୍ଟର ଓ ଓଡ୍ରାଫ୍‌ ଟିମ୍‌ ନିୟୋଜିତ ହୋଇଛନ୍ତି। ତଲାସି ଅଭିଯାନ ଜାରି ରହିଛି। ଗୋଦାବରୀ ନଦୀରେ ଉକ୍ତ ଲଞ୍ଚ ପ୍ରାୟ ୩ଶହ ଫୁଟ ପାଣି ତଳେ ବୁଡି ଯାଇଥିଲା। ଏହାକୁ ନୌସେନା ପକ୍ଷରୁ ସୋମବାର ସକାଳେ ଠାବ କରାଯାଇଛି। ଦେବୀପଟଣା ପୋଲାଭରମ୍‌-୩ଠାରେ ତିନୋଟି ହେଲିକେପ୍ଟର ନିୟୋଜିତ ହୋଇଛି। ୬ଟି ଅଗ୍ନିଶମ ବିଭାଗ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି। ୮ଟି ଏୟାର ବୋଟ୍‌, ୧୨ଟି ଆସ୍କା ଲାଇଟ୍‌, ଦୁଇ କମ୍ପାନୀ ଏନ୍‌ଡିଆର୍‌ଏଫ୍‌, ୩ କମ୍ପାନୀ ଏସ୍‌ଟିଆର୍‌ଏଫ୍‌, ଭାରତୀୟ ନୌସେନାର ଗଭୀର ବୁଡାଳି ଦଳ, ଦୁଇଟି ନୌସେନା ହେଲିକେପ୍ଟର,ଗୋଟିଏ ଓଏନ୍‌ଡିସିର ହେଲିକେପ୍ଟର ଏବଂ ଉତ୍ତରାଖଣ୍ଡରୁ ୬ଜଣ ସ୍ବତନ୍ତ୍ର ଏସ୍‌ଡିଆର୍‌ଏଫ୍‌ ଦଳମଧ୍ୟ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଲଞ୍ଚ ମଧ୍ୟରେ ମୃତଦେହ ଥିବା ଆଶଙ୍କା କରାଯାଉଛି। ସୋମବାର ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡି ହେଲିକେପ୍ଟର ଯୋଗେ ଘଟଣା ସ୍ଥଳକୁ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ତଦାରଖ କରିଛନ୍ତି। ତେଲେଙ୍ଗାନା ମନ୍ତ୍ରୀ ଟି. ଦୟାକର ରାଓ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚତ୍ଛନ୍ତି। ଆନ୍ଧ୍ର ଡିଜି ଘଟଣାର ତଦନ୍ତ କରୁଛନ୍ତି। ବୋଟ ମାଲିକଙ୍କ ନାମରେ ମକଦ୍ଦମା ରୁଜୁ କରାଯାଇଛି। ନିଖୋଜମାନଙ୍କ ମଧ୍ୟରୁ ଅଧିକାଂଶ ଆନ୍ଧ୍ର ପ୍ରଦେଶ ଓ ତେଲେଙ୍ଗାନା ରାଜ୍ୟର ବୋଲି ଜଣାପଡିଛି। ତେବେ ବର୍ତ୍ତମାନ ସୁଦ୍ଧା ପର୍ଯ୍ୟଟକମାନଙ୍କ ସଠିକ୍‌ ଠିକଣା ମିଳଇିନାହିଁ। ସୂଚନାଯୋଗ୍ୟ ଯେ, ରବିବାର ଏକ ଲଞ୍ଚ ଦେବିପଟ୍ଟମଠାରୁ ୬୦ଜଣ ପର୍ଯ୍ୟଟକଙ୍କୁ ନେଇ ଗୋଦାବରୀ ନଦୀରେ ଥିବା ପାପିକୋଣ୍ଡାଲୁ ପର୍ଯ୍ୟଟନ ସ୍ଥଳକୁ ଯାଉଥିଲା। କାଚୁଲୁରୁ ନିକଟରେ ଘୂର୍ଣ୍ଣିଝଡ ଯୋଗୁ ଲଞ୍ଚ ଭାରସାମ୍ୟ ହରାଇ ବୁଡି ଯାଇଥିଲା। ତେବେ ବର୍ତମାନ ସୁଦ୍ଧା ୧୧ଟି ମୃତଦେହ ଉଦ୍ଧାର କରାଯାଇଛି। ତେବେ ସରକାରୀ ଭାବେ ୨୪ ଜଣ ନିଖୋଜ ଥିବା କୁହାଯାଉଛି। ଏ ସମ୍ପର୍କରେ ଆନ୍ଧ୍ରପ୍ରଦେଶ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ନିର୍ବାହୀ ନିର୍ଦ୍ଦେଶକ ଶାନ୍ତିସ୍ବରୂପ କହିଛନ୍ତି ଯେ, କେନ୍ଦ୍ରରୁ ଉଦ୍ଧାରକାରୀ ଦଳ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସମସ୍ତ ପର୍ଯ୍ୟଟକ ଆନ୍ଧ୍ର ପ୍ରଦେଶ ରାଜଧାନୀ ଅମରାବତୀ ଅଞ୍ଚଳର ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri