ଗୋପପୁର ହରାଇଲା ପୁରୁଖା କଳାକାର

ବରଗଡ଼ ଅଫିସ୍‌,୧୮।୫: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁର ଯାତ୍ରା ଅନ୍ୟତମ । ତେବେ ଗୋପପୁର(ଅମ୍ବାପାଲି) ସୋମବାର ଜଣେ ପୁରୁଖା କଳାକାର କାର୍ତ୍ତିକ ବୁଡ଼େକଙ୍କୁ ହରାଇଛି । ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଛି । ମୃତ କଳାକାର ତାଙ୍କ ଜୀବନକାଳରେ ଶବରୀ, ଗୋପୀ, ମଧୁମଙ୍ଗଳ ଆଦି ଭୂମିକାରେ ଅଭିନୟ କରି ଦର୍ଶକଙ୍କ ମନ ଜିଣି ପାରିଥିଲେ । ତାଙ୍କର ଶବରୀ ଅଭିନୟ ବେଶ୍‌ ଚିତ୍ତାକର୍ଷକ ରହିଥିଲା । ଗତବର୍ଷ ସେ କଳାକାରମାନଙ୍କୁ ଦିଗଦର୍ଶନ ମଧ୍ୟ ଦେଇଥିଲେ । ତାଙ୍କ ପରଲୋକରେ ଗୋପପୁର ଅମ୍ବାପାଲିରେ ଗଭୀର ଶୋକପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri