ଗୋପବନ୍ଧୁ ନଗର ବ୍ଲକରେ ୨୦ ପଜିଟିଭ୍‌ ଚିହ୍ନଟ

କୁଆମରା,୨୧।୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଦିନକୁ ଦିନ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପ୍ରଶାସନ ପାଇଁ ଏହା ମୁଣ୍ଡବ୍ୟଥାର କାରଣ ପାଲଟିଛି। ଜିଲାର ପ୍ରତି ବ୍ଲକରେ ପ୍ରତ୍ୟେହ ୩ଶହ ନମୁନା ପରୀକ୍ଷା ପାଇଁ ସରକାରଙ୍କ ତରଫରୁ ନିର୍ଦ୍ଦେଶ ରହିଥିବା ବେଳେ ୩ ଦିନ ହେବ ପ୍ରଶାସନ ପକ୍ଷରୁ ଏହାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯାଉଛି। ବୁଧବାର ଏହି ବ୍ଲକରୁ ୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମୋଟ ୩୫୯ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଥିଲା। ସେଥି ମଧ୍ୟରୁ ସାନଖୁଣ୍ଟା ପଞ୍ଚାୟତର ୧୨, ପୁରୁଣା ବାରିପଦା ପଞ୍ଚାୟତର ୭ ଏବଂ ସାଇଁକୁଳା ପଞ୍ଚାୟତର ଜଣଙ୍କୁ ମିଶାଇ ମୋଟ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫ ଜଣଙ୍କୁ ବାରିପଦା କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି। ଅନ୍ୟମାନଙ୍କୁ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପୁରୁଣା ବାରିପଦା ପଞ୍ଚାୟତର ଗୋଟିଏ ପରିବାରର ୭ ପଜିଟିଭ୍‌ ଚିହ୍ନଟ ହେବାରୁ ସାଧାରଣରେ ଆତଙ୍କ ଖେଳି ଯାଇଛି। ସେମାନଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା ଆଶଙ୍କା କରାଯାଇ ପଞ୍ଚାୟତକୁ ଶୁକ୍ରବାର ସକାଳ ୬ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ୭୨ ଘଣ୍ଟା ପାଇଁ ଶଟ ଡାଉନ କରାଯାଇଥିବା ସ୍ଥାନୀୟ ସରପଞ୍ଚ ସୂଚନା ଦେଇଛନ୍ତି। ତେବେ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୮ରେ ପହଞ୍ଚିଥିବା ବେଳେ ସେଥି ମଧ୍ୟରୁ ୩୮ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri