ଗୋପବନ୍ଧୁ ନଗର ବ୍ଲକରେ ୨୦ ପଜିଟିଭ୍‌ ଚିହ୍ନଟ

କୁଆମରା,୨୧।୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଦିନକୁ ଦିନ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପ୍ରଶାସନ ପାଇଁ ଏହା ମୁଣ୍ଡବ୍ୟଥାର କାରଣ ପାଲଟିଛି। ଜିଲାର ପ୍ରତି ବ୍ଲକରେ ପ୍ରତ୍ୟେହ ୩ଶହ ନମୁନା ପରୀକ୍ଷା ପାଇଁ ସରକାରଙ୍କ ତରଫରୁ ନିର୍ଦ୍ଦେଶ ରହିଥିବା ବେଳେ ୩ ଦିନ ହେବ ପ୍ରଶାସନ ପକ୍ଷରୁ ଏହାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯାଉଛି। ବୁଧବାର ଏହି ବ୍ଲକରୁ ୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମୋଟ ୩୫୯ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଥିଲା। ସେଥି ମଧ୍ୟରୁ ସାନଖୁଣ୍ଟା ପଞ୍ଚାୟତର ୧୨, ପୁରୁଣା ବାରିପଦା ପଞ୍ଚାୟତର ୭ ଏବଂ ସାଇଁକୁଳା ପଞ୍ଚାୟତର ଜଣଙ୍କୁ ମିଶାଇ ମୋଟ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫ ଜଣଙ୍କୁ ବାରିପଦା କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି। ଅନ୍ୟମାନଙ୍କୁ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପୁରୁଣା ବାରିପଦା ପଞ୍ଚାୟତର ଗୋଟିଏ ପରିବାରର ୭ ପଜିଟିଭ୍‌ ଚିହ୍ନଟ ହେବାରୁ ସାଧାରଣରେ ଆତଙ୍କ ଖେଳି ଯାଇଛି। ସେମାନଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା ଆଶଙ୍କା କରାଯାଇ ପଞ୍ଚାୟତକୁ ଶୁକ୍ରବାର ସକାଳ ୬ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ୭୨ ଘଣ୍ଟା ପାଇଁ ଶଟ ଡାଉନ କରାଯାଇଥିବା ସ୍ଥାନୀୟ ସରପଞ୍ଚ ସୂଚନା ଦେଇଛନ୍ତି। ତେବେ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୮ରେ ପହଞ୍ଚିଥିବା ବେଳେ ସେଥି ମଧ୍ୟରୁ ୩୮ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

ଖାଲି ପାଦରେ ପ୍ରଚାର କଲେ ପ୍ରାର୍ଥୀ

ଉଦଳା, ୨୧ା୪ (ସନ୍ତୋଷ କୁମାର ବାଚ୍ଛିନୀ): ଉଦଳା ବିଧାନସଭା ଆସନ ଲାଗି ୩୪ବର୍ଷ ପରେ କଂଗ୍ରେସରୁ ଟିକେଟ ପାଇଛନ୍ତି ଦୁର୍ଗାଚରଣ ଟୁଡୁ । ମଇଦାନରେ ଭୋଟରମାନଙ୍କୁ...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri