ଗୋପାଳପୁର ବନ୍ଦରକୁ ହେବ ବିକଳ୍ପ ରାସ୍ତା

ଭୁବନେଶ୍ୱର, ୯ା୧(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରକୁ ବିକଳ୍ପ ରାସ୍ତା ନିର୍ମାଣ ହେବାକୁ ଯାଉଛି। ଏହା ଦ୍ୱାରା ବନ୍ଦରକୁ ଯିବା ବେଳେ ହେଉଥିବା ଭିଡ ହ୍ରାସ ପାଇବ। ଏହି କାର୍ଯ୍ୟ ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ କେନ୍ଦ୍ର ସଡକ, ପରିବହନ ଓ ରାଜପଥ ମନ୍ତ୍ରଣାଳୟର ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରାଯାଇଥିଲା। ନିକଟରେ ଏ ସମ୍ପର୍କିତ ଏକ ବୈଠକରେ ବନ୍ଦରକୁ ବିକଳ୍ପ ରାସ୍ତା ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଥିବା ଜଣାପଡିଛି। ଜାତୀୟ ରାଜପଥ-୫୧୬ରୁ ଜାତୀୟ ରାଜପଥ-୧୬କୁ ଯୋଗ କରୁଥିବା ରାସ୍ତାରେ ପ୍ରବଳ ଭିଡ ହେଉଥିଲା। ୫ କିଲୋମିଟରରୁ ସାମାନ୍ୟ ଅଧିକ ଥିବା ଏହି ମାର୍ଗରେ ଭିଡ କାରଣରୁ ଆଇନ ଶୃଙ୍ଖଳା ପରିସ୍ଥିତି ମଧ୍ୟ ସୃଷ୍ଟି ହେଉଥିଲା। ଏହି ମାର୍ଗର ୨ ସ୍ଥାନରେ ରେଳ ଲାଇନ ଅତିକ୍ରମ କରିଛି। ଏହା ଉପରେ ୨ଟି ଓଭରବ୍ରିଜ୍‌ ନିର୍ମାଣ ପାଇଁ ପ୍ରାୟ ୧୬୩ କୋଟି ୬୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବା ଜଣାପଡିଛି।
ସେହିପରି ପ୍ରସ୍ତାବିତ ବିକଳ୍ପ ରାସ୍ତାଟି ଛତ୍ରପୁରଠାରେ ଥିବା ଡିଆରଡିଏ କାର୍ଯ୍ୟାଳୟ ନିକଟସ୍ଥ ଜାତୀୟ ରାଜପଥ ୧୬ରୁ ଗୋପାଳପୁର ପର୍ଯ୍ୟନ୍ତ ପ୍ରାୟ ୪.୫ କିଲୋମିଟର ରାସ୍ତା ନିର୍ମାଣ କରାଗଲେ ଭିଡ ସମସ୍ୟାର ସମାଧାନ ହୋଇପାରିବ ବୋଲି କୁହାଯାଇଛି। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରାଯିବା ସହ ରିପୋର୍ଟ ଦିଆଯାଇଛି। ରାଜ୍ୟ ସରକାର ମଧ୍ୟ ପ୍ରସ୍ତାବକୁ ସକାରାତ୍ମକ ଭାବେ ନେଇଛନ୍ତି। ଏହି ରାସ୍ତା ପାଇଁ ୬୫ ଏକର ଜମି ଆବଶ୍ୟକ ଥିବା ଜଣାପଡିଛି। ଜାତୀୟ ରାଜପଥର ମୁଖ୍ୟଯନ୍ତ୍ରୀଙ୍କୁ ନୂତନ ପ୍ରସ୍ତାବ ଅନୁଯାୟୀ ଯୋଜନା ପ୍ରସ୍ତୁତ କରିବାକୁ କୁହାଯାଇଛି। ଏହି ମାର୍ଗରେ ଓଭରବ୍ରିଜ୍‌ ନିର୍ମାଣର ଆବଶ୍ୟକ ନ ଥିବା ମଧ୍ୟ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri