ଗୋପାଳପୁର ବେଳାଭୂମି ମହୋତ୍ସବ ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଗୋପାଳପୁର,୨୪ା୧୨-ଚଳିତ ବର୍ଷ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଅପରାହ୍ନରେ ମହୋତ୍ସବର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ସୋମବାର ସନ୍ଧ୍ୟାରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କ କହିବାନୁସାରେ, ମହୋତ୍ସବ ପାଇଁ ରାସ୍ତା ଲିଙ୍କ କରାଯାଇଛି। ଟ୍ରାଫିକ ଓ ପାର୍କିଂ ପାଇଁ ୧୯ ସ୍ଥାନ କରାଯାଇ ବସ୍‌, କାର ଓ ବାଇକ୍‌ ରଖାଯିବ। ଆବଶ୍ୟକ ପଡ଼ିଲେ ଅନ୍ୟ ସ୍ଥାନରେ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯିବ। ମହୋତ୍ସବରେ ଜନଗହଳିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କରାଯିବ। ୪ ଜଣ ଅତିରିକ୍ତ ଏସ୍‌ପି, ୧୦ ଡିଏସ୍‌ପି, ୩୦ ପ୍ଲାଟୁନ ପୋଲିସ ଫୋର୍ସ, ଅନ୍ୟ ପୋଲିସ ଅଧିକାରୀ ଓ ୨୦୦ ହୋମଗାଡ଼ ମୁତୟନ ରହିବେ। ଗୋପାଳପୁର ସହରକୁ ୮ ସେକ୍ଟର କରାଯାଇଛି। ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ୧୦୦ ସିସି ଟିଭି କ୍ୟାମେରା ସଂଲଗ୍ନ କରାଯିବା ସହ ବାଇକ୍‌ରେ ପାଟ୍ରୋଲିଂ କରାଯିବ। ସାଦା ପୋଷାକରେ ପୋଲିସ ରହିବେ ବୋଳି ଏସ୍‌ପି ମିଶ୍ର ସୂଚନା ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ସୁରକ୍ଷା, ବ୍ୟାରିକେଟ ବ୍ୟବସ୍ଥା ଓ ରିହରସାଲ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri