ଗୋପାଳପୁର ବେଳାଭୂମି ମହୋତ୍ସବ ଉଦ୍‌ଘାଟିତ: ଯୋଗଦେଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର ଅଫିସ, ୨୪।୧୨- ଗୋପାଳପୁର ବେଳାଭୂମି ପରିସରରେ ଆୟୋଜିତ ଗୋପାଳପୁର ବେଳାଭୂମି ମହୋତ୍ସବ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ୫ ଦିନଧରି ଚାଲିବାକୁ ଥିବା ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଜାଗା ମିଶନରେ ଭୂମିହୀନଙ୍କୁ ଘର ଯୋଗାଇବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପାଇଲଟ୍‌ ବେସିସ୍‌ରେ ଗୋପାଳପୁରର ସତ୍ୟସାଇ ସାହିରେ ଗୃହ ପ୍ରଦାନ କରାଯାଇଥିବା ୪୭୬ ହିତାଧିକାରୀଙ୍କ ପରିବାର ସହ ଆଲୋଚନା କରିଥିଲେ। ଏହାପରେ ବେଳାଭୂମି ପରିସରରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା, ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳାକୁ ଉଦ୍‌ଘାଟନ କରିଥିଲେ। ଏଥିସହ ଜିଲା ପ୍ରଶାସନ ଦ୍ୱାରା କନ୍ୟାଭ୍ରୂଣ ହତ୍ୟା ରୋକିବା ନେଇ ଆରମ୍ଭ କରାଯାଇଥିବା ‘ମୋ ଗେହ୍ଲାଝିଅ କାର୍ଯ୍ୟକ୍ରମ’ର କନ୍ୟା ଶିଶୁ ସନ୍ତାନଙ୍କୁ ମାନପତ୍ର ପ୍ରଦାନ ସହ ପୁରସ୍କୃତ କରିଥିଲେ। ସେହିପରି ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିବା ନିର୍ଭୟା କଢ଼ି କାର୍ଯ୍ୟକ୍ରମର ଆମ୍ବାସାଡର୍‌ଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

ଉଦ୍‌ଘାଟନୀ ଉତ୍ସବରେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଆସ୍କା ଏମ୍‌ପି ପ୍ରମିଳା ବିଷୋୟୀ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସ୍କା ବିଧାୟିକା ମଞ୍ଜୁଳା ସ୍ବାଇଁ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ରାମଚନ୍ଦ୍ର ପଣ୍ଡା, ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ପାତ୍ର, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଅଭିନେତା ଆକାଶ ଦାସ, ବିସିସି ବ୍ୟାଙ୍କ ସଭାପତି ଅଲେଖ ଚୌଧୁରୀ ପ୍ରମୁଖ ମଞ୍ଚାସୀନ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri