ଗୋପାଳ ପଣ୍ଡା ପାଇବେ ନାଲ୍‌କୋ ସଙ୍ଗୀତ ସୁଧାକର ସ୍ମାରକୀ ସମ୍ମାନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ଚଳିତବର୍ଷ ‘ନାଲ୍‌କୋ ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ସ୍ମାରକୀ ସମ୍ମାନ’ ପାଇବେ ଓଡ଼ିଶୀ କଣ୍ଠଶିଳ୍ପୀ ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା। ସଙ୍ଗୀତ ସୁଧାକର ବାଳକୃଷ୍ଣ ଦାଶ ଫାଉଣ୍ଡେଶନ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ହେବାକୁ ଥିବା ବାଳକୃଷ୍ଣ ଦାଶଙ୍କ ୯୬ତମ ଜୟନ୍ତୀ ଏବଂ ଫାଉଣ୍ଡେଶନର ୨୭ତମ ବାର୍ଷିକ ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯିବ। ସମ୍ମାନ ପ୍ରଦାନ ପୂର୍ବକ ତାଙ୍କୁ ନାଲ୍‌କୋ ପକ୍ଷରୁ ୧ଲକ୍ଷ ଟଙ୍କାର ଅର୍ଥରାଶି ସହ ସମ୍ବର୍ଦ୍ଧିତ କରାଯିବ। ଏଥିସହ ଗୀତିକାର କୁମୁଦିନୀ ମହାନ୍ତିଙ୍କୁ ‘ଗୀତି ସରସ୍ବତୀ ସମ୍ମାନ’, ମୃଦଙ୍ଗ ବାଦ୍ୟଶିଳ୍ପୀ ଡି. ଧନୁର୍ଦ୍ଧର ରେଡ୍ଡୀଙ୍କୁ ‘ବାଦ୍ୟ ସରସ୍ବତୀ ସମ୍ମାନ’ ଏବଂ ଓଡ଼ିଶୀ କଣ୍ଠଶିଳ୍ପୀ ବୀଣାପାଣି ନାୟକଙ୍କୁ ‘ସଙ୍ଗୀତ ସରସ୍ବତୀ ସମ୍ମାନ’ ପ୍ରଦାନ କରାଯିବ। ଏହି ୩ ଜଣଙ୍କୁ ୧୦ ହଜାର ଟଙ୍କାର ଅର୍ଥରାଶି ସହ ସମ୍ମାନିତ କରାଯିବ। ଏଥିସହ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟରେ ଓଡ଼ିଶୀ କଣ୍ଠ ସଙ୍ଗୀତରେ ସର୍ବୋଚ୍ଚ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀ ଅର୍ଚ୍ଚନା ଜେନାଙ୍କୁ ‘ସଙ୍ଗୀତ ସୁଧାକର ସ୍ମୃତି ବୃତ୍ତି ପୁରସ୍କାର’ ପ୍ରଦାନ କରାଯିବ। ନାଲ୍‌କୋର ସିଏମ୍‌ଡି ଡ. ତପନ କୁମାର ଚାନ୍ଦ ମୁଖ୍ୟ ଅତିଥି ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହି ପୁରସ୍କାର ପ୍ରଦାନ କରିବେ। ଏ ସଂକ୍ରାନ୍ତରେ ଫାଉଣ୍ଡେଶନ ସଭାପତି ଧୀରେନ୍ଦ୍ର କୁମାର ରାୟ, ସମ୍ପାଦକ ରାମହରି ଦାସ ଏବଂ ଆବାହକ ଅରକ୍ଷିତ ଦାଶ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri