ଗୋପୀନାଥପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ: ବିପଦସଙ୍କୁଳ ଗୃହରେ ପାଠପଢ଼ା

ବଇଣ୍ଡା,୨୮।୭(ଡି.ଏନ.ଏ.)ଆଠମଲ୍ଲିକ ବ୍ଲକ କନ୍ତପଡ଼ା ପଞ୍ଚାୟତ ଗୋପୀନାଥପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟରେ ଲାଗି ରହିଛି ବ୍ୟାପକ ଅବ୍ୟବସ୍ଥା। ଆବଶ୍ୟକ ଶ୍ରେଣୀଗୃହ ଓ ଶିକ୍ଷକ ଅଭାବ ଯୋଗୁ ଏଠାରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ଆଣିଛନ୍ତି ଅଭିଭାବକ। ବିପଦସଙ୍କୁଳ ଶ୍ରେଣୀଗୃହରେ ବସି ପିଲାମାନେ ପାଠ ପଢୁଥିବାବେଳେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନେଉ ନ ଥିବାରୁ ଏ ସଂକ୍ରାନ୍ତରେ ଅଭିଭାବକମାନେ ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି।


ଅଭିଯୋଗପତ୍ରରେ ଦର୍ଶାଯାଇଛି, ୧୯୫୩ରେ ଗ୍ରାମବାସୀଙ୍କ ଉଦ୍ୟମରେ ଗୋପୀନାଥପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏହି ବିଦ୍ୟାଳୟରେ ୮୭ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ସେଠାରେ ଥିବା ୫ଟି କୋଠରି ମଧ୍ୟରୁ ୨ଟି ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଛି। ଗୋଟିଏ ଛାତ ଘରର ରଡ୍‌ ବାହାରି ପଡିଥିବାବେଳେ ବିପଦସଙ୍କୁଳ ଅବସ୍ଥାରେ ରହିଛି। ନୂତନ ଶ୍ରେଣୀଗୃହ ନିର୍ମାଣ କରାଯାଉ ନ ଥିବାରୁ ଉକ୍ତ ବିପଦସଙ୍କୁଳ ଗୃହ ଓ ଅନ୍ୟ ଏକ କୋଠରିରେ ୮ଟି ଶ୍ରେଣୀର ସମସ୍ତ ଛାତ୍ରୀଛାତ୍ର ବସି ପାଠ ପଢିବା କଷ୍ଟକର ହେଉଛି। ସେହିପରି ଅନ୍ୟ କୋଠରିକୁ କାର୍ଯ୍ୟାଳୟ ଭାବେ ବ୍ୟବହାର କରାଯାଉଛି। ଅନ୍ୟପକ୍ଷରେ ୮ଟି ଶ୍ରେଣୀ ପାଇଁ ଏଠାରେ ମାତ୍ର ୨ ଜଣ ଶିକ୍ଷକ ନିଯୁକ୍ତି ହୋଇଛନ୍ତି। ତୁରନ୍ତ ୪ଟି ନୂତନ ଶ୍ରେଣୀଗୃହ ନିର୍ମାଣ, ଶିକ୍ଷକ ନିଯୁକ୍ତି କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି କମିଟି ସଭାପତି ଅଶ୍ୱିନୀ କୁମାର ପ୍ରଧାନ, ବୈରାଗୀ ନାୟକ, ତିଳୋତ୍ତମା ଦେହୁରୀ, ଦୁଃଖବନ୍ଧୁ କୁଦେଇ, ବଳରାମ ପ୍ରଧାନ, ଶ୍ରୀପତି ସାହୁ, ସୁକାନ୍ତି ସାହୁ, ବିକ୍ରମ ଗାଇଗରିଆ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ପ୍ରଧାନଶିକ୍ଷକ ରୋହିତ କୁମାର ଦେହୁରୀ କହିଛନ୍ତି, ଶ୍ରେଣୀଗୃହ ନିର୍ମାଣ ପାଇଁ ବିଦ୍ୟାଳୟ ପକ୍ଷରୁ ଶିକ୍ଷା ବିଭାଗକୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri