ଗୋରଖନାଥ ପୀଠରେ ୫୦ ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ରଘୁନାଥପୁର,୧୬।୬(ଡି.ଏନ.ଏ.): ରଜ ସଂକ୍ରାନ୍ତିରେ ଉପକୂଳ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ନିସ୍ତାର ମିଳିଛି। ତେଣୁ ଶୁକ୍ରବାର ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରଖନାଥଙ୍କ ପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଦର୍ଶନାର୍ଥୀଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି। ଭୋରରୁ ପ୍ରଭୁଙ୍କ ମଙ୍ଗଳ ଆଳତି ସରିବା ପରେ ପୀଠ ମଧ୍ୟକୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା। ଧୀରେ ଧୀରେ ଆଶାତୀତ ଭାବେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇଥିଲା। ତେବେ ଭିଡ଼ର ସୁଯୋଗ ନେଇ ପକେଟ ମାର ଓ ଲୁଟେରାମାନେ ସକ୍ରିୟ ହୋଇପଡିଥିଲେ। ଭିଡ଼କୁ ଦୃଷ୍ଟିରେ ରଖି ତିର୍ତ୍ତୋଲ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇ ନ ଥିବାରୁ ଅନେକ ଲୋକ ଲୁଟ୍‌ର ଶିକାର ହୋଇଥିବା କୁହାଯାଉଛି। ତେବେ ଟ୍ରଷ୍ଟବୋର୍ଡ ସଭ୍ୟ ଆଇନଜୀବୀ ଜୀବନ ବଲ୍ଲଭ ମହାନ୍ତି, ବାଦଲ ଯୋଗାଣିଆ, ସୂର୍ଯ୍ୟନାରାୟଣ ମିଶ୍ର ଓ ସ୍ଥାନୀୟ ସରପଞ୍ଚ ବିଜୟ କୁମାର ସ୍ବାଇଁ ଡାକବାଜି ଯନ୍ତ୍ର ଯୋଗେ ଲୋକଙ୍କୁ ସଚେତନ କରାଇବା ସହ ଯାତ୍ରୀଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦେଇଥିଲେ। ମାର୍ଶାଘାଇ ଅଞ୍ଚଳର ଅଶୋକ କୁମାର ଦାସଙ୍କ ମନିପର୍ସରେ ଥିବା ୪ ହଜାର ଟଙ୍କା, ଏକ ସୁନା ଲକେଟ ଓ କୁଳସମିତୁଙ୍ଗାର ବିପିନ ବିହାରୀ ଦାସଙ୍କ ୬ ହଜାର ଟଙ୍କା ଚୋରି ହୋଇଥିବା ଜଣାପଡିଛି। ସେହିପରି ନରାଜ ଅଞ୍ଚଳର ସୁବାସ ପାଇଟାଳଙ୍କ ଏକ ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି। ୪ ଜଣ ମହିଳାଙ୍କ ବେକରୁ ସୁନାଚେନ ମଧ୍ୟ ଚୋରି ହୋଇଥିବା ସମ୍ପର୍କରେ ଅଭିଯୋଗ ଆସିଥିବା ସଭ୍ୟ ମହାନ୍ତି ପ୍ରକାଶ କରିଛନ୍ତି। ଗୋରଖନାଥଙ୍କ ପୀଠରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ଯାତ୍ରୀମାନେ ଅଭିଯୋଗ କରିଥିବାବେଳେ ମଧ୍ୟାହ୍ନ ୧୨ଟାରେ ଆଇଆଇସିଙ୍କ ସହ କେତେଜଣ ଫୋର୍ସ ପୀଠରେ ପହଞ୍ଚତ୍ ସୁରକ୍ଷା ବ୍ୟବସ୍ଥା କରିଥିବା ଦେଖିବାକୁ ମିଳିଥିଲା। ଏ ସମ୍ପର୍କରେ ମ୍ୟାନେଜିଂ ଟ୍ରଷ୍ଟିଙ୍କ ପକ୍ଷରୁ ଦାୟିତ୍ୱରେ ଥିବା ଅଧିକାରୀ ପ୍ରମୋଦ ମହାପାତ୍ରଙ୍କୁ ପଚାରିବାରେ ସେ କହିଲେ ଯେ, ଚୋରି ସମ୍ପର୍କରେ ଅବଗତ ଅଛନ୍ତି ଓ ଅଧିକ ଫୋର୍ସ ବ୍ୟବସ୍ଥା କରିବାକୁ ଏସ୍‌ଡିପିଓଙ୍କୁ କୁହାଯାଇଛି। ଅନ୍ୟପକ୍ଷରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦିଆ ନ ଗଲେ ପୀଠକୁ ଯାତ୍ରୀଙ୍କ ଆଗମନ ଆଗାମୀ ଦିନରେ ହ୍ରାସ ପାଇବା ସହ ଅଞ୍ଚଳର ମର୍ଯ୍ୟାଦା କ୍ଷୁର୍ଣ୍ଣ ହେବ ବୋଲି ସାଧାରଣରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri