Posted inଜାତୀୟ

ଗୋରୁ ଚୋରି ସନ୍ଦେହ: ୩ ଜଣଙ୍କୁ ପିଟି ହତ୍ୟା

ପାଟନା,୨୦ା୭: ବିହାରର ସରନ୍‌ ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁଚୋରି ସନ୍ଦେହରେ ୩ ଜଣଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟିପିଟି ମାରିଦେଇଛନ୍ତି। ଏହି ଭିଡ଼ହିଂସାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ପାଟନାଠାରୁ ୬୦ କିମି ଉତ୍ତରରେ ବଣିଆପୁର ଥାନା ଅନ୍ତର୍ଗତ ନନ୍ଦଲାଲ ଟୋଲାରେ ଏହି ହିଂସାକାଣ୍ଡ ଘଟିଛି।
ଉପରୋକ୍ତ ୪ ଜଣ ଗାଁ ବାହାରେ ଏକ ପିକ୍‌-ଅପ୍‌ ଭ୍ୟାନରେ ସନ୍ଦେହଜନକ ଭାବେ ଏପଟସେପଟ ହେଉଥିବା ଦେଖାଯାଇଥିଲା। ସେମାନେ ରାଜବଳି ରାମ୍‌ଙ୍କ ୩ଟି ମଇଁଷି ଓ ୩ ଛେଳି ନେଇ ଖସିପଳାଇବାକୁ ଉଦ୍ୟମ କରୁଥିବାବେଳେ ଧରାପଡିଯାଇଥିଲେ ବୋଲି ଗାଁ ଲୋକେ ଅଭିଯୋଗ କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଠେଙ୍ଗା ଓ ଲୁହାରଡ୍‌ରେ ନର୍ଧୂମ ପିଟିବାରୁ ସେମାନେ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ବଣିଆପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବାବେଳେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଚତୁର୍ଥ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ସରନ୍‌ ଏସ୍‌ପି ହରିକିଶୋର ରାୟଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ଘଟଣାର ତଦନ୍ତ ଚଳାଇଛନ୍ତି। ଶବ ବ୍ୟବଚ୍ଛେଦ ପାଇଁ ଛାପ୍ରା ସଦର ହସ୍ପିଟାଲକୁ ନିଆଯାଇଛି। ମୃତକମାନେ ରାନୁ ନାଟ୍‌, ବିଦେଶ ନାଟ୍‌ ଓ ନୌଶାଦ କୁରେଶୀ। ଘଟଣାର ନିରପେକ୍ଷ ତଦନ୍ତ ଲାଗି ସେମାନଙ୍କ ସମ୍ପର୍କୀୟମାନେ ଦାବି କରିଛନ୍ତି। ଅପ୍ରୀତିକର ପରିସ୍ଥିତି ଉପୁଜିବା ଆଶଙ୍କାରେ ସେଠାରେ ଅତିରିକ୍ତ ପୋଲିସ ସଶସ୍ତ୍ର ବାହିନୀକୁ ମୁତୟନ କରାଯାଇଛି। ଏହି ଘଟଣାକୁ ନେଇ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଆସାଦୁଦ୍ଦିନ ଓଓ୍ବାଇସି ଲୋକ ସଭାରେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri