Posted inଜାତୀୟ

ଗୋରୁ ଚୋରି ସନ୍ଦେହ: ୩ ଜଣଙ୍କୁ ପିଟି ହତ୍ୟା

ପାଟନା,୨୦ା୭: ବିହାରର ସରନ୍‌ ଜିଲାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁଚୋରି ସନ୍ଦେହରେ ୩ ଜଣଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟିପିଟି ମାରିଦେଇଛନ୍ତି। ଏହି ଭିଡ଼ହିଂସାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ପାଟନାଠାରୁ ୬୦ କିମି ଉତ୍ତରରେ ବଣିଆପୁର ଥାନା ଅନ୍ତର୍ଗତ ନନ୍ଦଲାଲ ଟୋଲାରେ ଏହି ହିଂସାକାଣ୍ଡ ଘଟିଛି।
ଉପରୋକ୍ତ ୪ ଜଣ ଗାଁ ବାହାରେ ଏକ ପିକ୍‌-ଅପ୍‌ ଭ୍ୟାନରେ ସନ୍ଦେହଜନକ ଭାବେ ଏପଟସେପଟ ହେଉଥିବା ଦେଖାଯାଇଥିଲା। ସେମାନେ ରାଜବଳି ରାମ୍‌ଙ୍କ ୩ଟି ମଇଁଷି ଓ ୩ ଛେଳି ନେଇ ଖସିପଳାଇବାକୁ ଉଦ୍ୟମ କରୁଥିବାବେଳେ ଧରାପଡିଯାଇଥିଲେ ବୋଲି ଗାଁ ଲୋକେ ଅଭିଯୋଗ କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ଠେଙ୍ଗା ଓ ଲୁହାରଡ୍‌ରେ ନର୍ଧୂମ ପିଟିବାରୁ ସେମାନେ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ବଣିଆପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବାବେଳେ ଡାକ୍ତର ୩ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଚତୁର୍ଥ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ସରନ୍‌ ଏସ୍‌ପି ହରିକିଶୋର ରାୟଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ଘଟଣାର ତଦନ୍ତ ଚଳାଇଛନ୍ତି। ଶବ ବ୍ୟବଚ୍ଛେଦ ପାଇଁ ଛାପ୍ରା ସଦର ହସ୍ପିଟାଲକୁ ନିଆଯାଇଛି। ମୃତକମାନେ ରାନୁ ନାଟ୍‌, ବିଦେଶ ନାଟ୍‌ ଓ ନୌଶାଦ କୁରେଶୀ। ଘଟଣାର ନିରପେକ୍ଷ ତଦନ୍ତ ଲାଗି ସେମାନଙ୍କ ସମ୍ପର୍କୀୟମାନେ ଦାବି କରିଛନ୍ତି। ଅପ୍ରୀତିକର ପରିସ୍ଥିତି ଉପୁଜିବା ଆଶଙ୍କାରେ ସେଠାରେ ଅତିରିକ୍ତ ପୋଲିସ ସଶସ୍ତ୍ର ବାହିନୀକୁ ମୁତୟନ କରାଯାଇଛି। ଏହି ଘଟଣାକୁ ନେଇ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଆସାଦୁଦ୍ଦିନ ଓଓ୍ବାଇସି ଲୋକ ସଭାରେ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri