ଗୋରୁ ବୋଝେଇ ଗାଡ଼ି ଜବତ, ୨ ଅଟକ

ରଣପୁର, ୩୦ା୯ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ରବିବାର ଏକ ଗୋରୁ ବୋଝେଇ ଗାଡି ଜବତ କରିଛି। ରାତି ପ୍ରାୟ ୧୦ଟାରେ ଓଡି୨୫ଏଫ-୩୪୯୫ ନମ୍ବର ବିଶିଷ୍ଟ ଆଇଚର କଣ୍ଟେନର ଗାଡିକୁ ପୋଲିସ ଥାନା ଆଗରେ ଅଟକାଇ ତଲାସୀ ନେଇଥିଲା। ଏହି ସମୟରେ ସେଥିରେ ୪୦ରୁ ଊର୍ଦ୍ଧ୍ୱ ଗୋରୁ ଥିବା ଦେଖି ପୋଲିସ ଗାଡ଼ିଟିକୁ ଥାନା ପରିସରକୁ ନେଇଥିଲା। ଗାଡିରେ ଥିବା ଡ୍ରାଇଭର ଓ ଅନ୍ୟ ଜଣଙ୍କୁ ପୋଲିସ ଅଟକ ରଖି ପଚାରାଉଚୁରା କରୁଛି। ଗାଡିଟି ଏହି ଥାନାର ଗଡମାଣିତିରି ଅଞ୍ଚଳରୁ ଗୋରୁ ବୋଝେଇ କରି ବାହାରକୁ ଚାଲାଣ କରିବାକୁ ଯାଉଥିବାବେଳେ ଧରାଯାଇଥିବା ପୋଲିସ କହିଛି। ଜବତ ହୋଇଥିବା ଗୋରୁଙ୍କୁ ଜଟଣୀ ନିକଟ ଗୋଶାଳାରେ ଛଡାଯାଇଥିବା ସୂଚନା ଦିଆଯାଇଛି। ବେଆଇନ ଭାବେ ଗୋରୁ ଚାଲାଣ ହେଉଥିବା ଖବର ପ୍ରଚାର ହେବା ପରେ ରଣପୁରରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ଖବର ଲେଖାହେବା ବେଳକୁ ଏ ସଂକ୍ରାନ୍ତରେ ଥାନାରେ କୌଣସି ମାମଲା ରୁଜୁ ହୋଇ ନାହିଁ। ସୂଚନାଯୋଗ୍ୟ ବାହାର ରାଜ୍ୟର ଗୋରୁ ବେପାରୀମାନେ ଗଡମାଣିତିରି, ବାମ୍ବଡା, ବାଣିକିଲୋ ଆଦି ଅଞ୍ଚଳରୁ ବେଆଇନ ଭାବେ ଗୋରୁ ଚାଲାଣ କରିଥାନ୍ତି। ବିଭିନ୍ନ ସମୟରେ ଗ୍ରାମବାସୀ ଗୋରୁ ବୋଝେଇ ଗାଡି ଜବତ କରି ପୋଲିସ ଜିମା ଦେଇଥିବା ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri