ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟ୍‌: ପୋଲିସ-ଅପରାଧୀ ମୁହାଁମୁହିଁ; ବିସ୍ଫୋରଣରେ ଡକାୟତ ମୃତ

ଭଞ୍ଜନଗର/ଆସିକା,୧୬।୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କଣ୍ଟେଇପଲ୍ଲୀ ଜଙ୍ଗଲ ରାସ୍ତାରେ ସୋମବାର ସକାଳେ ଜଣେ ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ୧ଲକ୍ଷ ୧୦ ହଜାର ଟଙ୍କା ଲୁଟ୍‌ ହୋଇଥିଲା। ଏହି ମାମଲାରେ ଜଡ଼ିତ ୭ଜଣ ଅପରାଧୀ ଗଞ୍ଜାମ କନ୍ଧମାଳ ଜିଲା ସୀମାବର୍ତ୍ତୀ ଡହ ନିକଟସ୍ଥ ଗୋଚ୍ଛାପଲ୍ଲୀ ଜଙ୍ଗଲ ଅଭିମୁଖେ ଚାଲିଯାଇଥିଲେ। ସେଠାରେ ପୋଲିସ ସହ ଅଭିଯୁକ୍ତମାନଙ୍କ ମୁହଁାମୁହିଁ ହୋଇଥିଲା। ଅପରାଧିମାନେ ପୋଲିସ ଉପରକୁ ବୋମା ମାଡ଼ କରିବା ସହ ଗୁଳିଚାଳନା କରିଥିଲେ । ପୋଲିସ ମଧ୍ୟ ପାଲଟା ଗୁଳିଚାଳନା କରିଥିଲା। ଏହି ସମୟରେ ୬ଜଣ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। କିନ୍ତୁ ଅଭିଯୁକ୍ତ ଗାଙ୍ଗପୁର ଥାନା ଅନ୍ତର୍ଗତ ବଡ଼ବୋରସିଙ୍ଗିର ଚରଣ ରାଉତଙ୍କ ବାଇକ୍‌ କେନାଲ ଆଡ଼ିରେ ଖସିପଡ଼ିବାରୁ ସେ ତଳେ ପଡ଼ିଯାଇଥିଲେ। ଫଳରେ ପକେଟରେ ଧରିଥିବା ବୋମାଟି ଫୁଟି ଯାଇଥିଲା। ଏଥିରେ ଚରଣ ଗୁରୁତର ଭାବେ ଆହତ ହୋଇଥିଲେ। ଏହାପରେ ପୋଲିସ ଚରଣଙ୍କୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ଭଞ୍ଜନଗର ହସ୍‌ପିଟାଲକୁ ଆଣିଥିଲେ । ମେଡିକାଲରେ ଚରଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ବୋଲି ପୋଲିସ ଗଣମାଧ୍ୟମକୁ ସୁଚନା ଦେଇଛି । ଚରଣଙ୍କ ପକେଟରୁ ୨୧ ହଜାର ଟଙ୍କା ଜବତ ହୋଇଛି । ଏଥିସହ ପୋଲିସ ଘଟଣାସ୍ଥଳରୁ ଗୋଟିଏ ମାଉଜର ଜବତ କରିଥିବା ଜଣାପଡ଼ିଛି। କିନ୍ତୁ ପୋଲିସ ଏନେଇ ବିଶେଷ ସୂଚନା ମିଳିପାରିନାହିଁ। ତେବେ ଅନ୍ୟ ୬ଜଣ ଅଭିଯୁକ୍ତ ଫେରାର ହୋଇଯାଇଥିବା ବେଳେ ପୋଲିସ ସେମାନଙ୍କୁ ଗିରଫ ପାଇଁ ଚେଷ୍ଟା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?