Posted inଖେଳ

ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ : ଭାରତୀୟ ବକ୍ସରଙ୍କୁ ୬ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୩।୨ (ପି.ଟି.)-ସ୍ବିଡେନ୍‌ର ବୋରାସରେ ଅନୁଷ୍ଠିତ ଗୋଲ୍ଡେନ ଗର୍ଲ ଚାମ୍ପିୟନଶିପ୍‌ରେ ଭାରତୀୟ ଜୁନିୟର ଓ ୟୁ୨ତିଛି, ଯେଉଁଥିରେ ୬ ସ୍ବର୍ଣ୍ଣ ରହିଛି। ସେହିଭଳି ‘ବେଷ୍ଟ ବକ୍ସର’ ପୁରସ୍କାର ମଧ୍ୟ ଭାରତକୁ ମିଳିଛି। ଭାରତୀୟ ଜୁନିୟର ମହିଳା ଦଳ ୫ ସ୍ବର୍ଣ୍ଣ, ୩ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ସହ ମୋଟ୍‌ ୯ ପଦକ ହାସଲ କରିଛି। ଅପରପକ୍ଷରେ ଗୋଟିଏ ସ୍ବର୍ଣ୍ଣ ଓ ୪ ବ୍ରୋଞ୍ଜ ସହ ୟୁଥ୍‌ ଭାରତୀୟ ଦଳ ମୋଟ୍‌ ୫ ପଦକ ଅର୍ଜନ କରିଛି ବୋଲି ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି। ଜୁନିୟର ବର୍ଗରେ ଅଂଶଗ୍ରହଣ କରିଥିବା ହରିୟାଣାର ପ୍ରାଚୀ ଧଙ୍କର (୫୦ କିଗ୍ରା) ଶ୍ରେଷ୍ଠ ବକ୍ସର ପୁରସ୍କାର ହାସଲ କରିଥିଲେ। ପ୍ରାଚୀଙ୍କ ବ୍ୟତୀତ ଏଥୋଇବି ଚାନୁ ଓ୍ବାଙ୍ଗ୍‌ଜାମ (୫୪ କିଗ୍ରା), ଲଶୁ ଯାଦବ (୬୬ କିଗ୍ରା) ଓ ମାହି ରାଘବ (୮୦ କିଗ୍ରା) ପ୍ରଥମ ସ୍ଥାନ ହାସଲ କରି ସ୍ବର୍ଣ୍ଣ ପଦକ ଜିତିଥିଲେ। ୟୁଥ୍‌ ବିଭାଗରେ ମୁସ୍କାନ୍‌ (୫୪ କିଗ୍ରା) ଏକମାତ୍ର ସ୍ବର୍ଣ୍ଣ ସଫଳତା ଦେଶ ପାଇଁ ଆଣିଥିଲେ। ପ୍ରତିଯୋଗିତାରେ ମୋଟ୍‌ ୭୫ ଟିମ୍‌ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର…

ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା

ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।…

କ୍ଷୁଦ୍ର ପୋଲର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ

ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି ।…

କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…

ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା…

ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ…

ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…

ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ…

ପ୍ରତୀକ ଯାଦବଙ୍କ ମୃତ୍ୟୁକୁ ନେଇ ବଡ଼ ଖୁଲାସା, ପୋଷ୍ଟମର୍ଟମ ରିପୋର୍ଟ….

ଲକ୍ଷ୍ନୌ,୧୩।୫: ଭାଜପାର ନେତ୍ରୀ ଏବଂ ମହିଳା କମିଶନର ଉପାଧ୍ୟକ୍ଷ ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ପ୍ରତୀକ ଯାଦବଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri