Posted inଖେଳ

ଗୋଲ୍‌ ରୁପାନ୍ତର ହାର ବୃଦ୍ଧିକୁ ମାରିଜନେଙ୍କ ଗୁରୁତ୍ୱ

ହୀରୋଶିମା (ଜାପାନ), ୧୭ା୬ (ପି.ଟି.)- ଭାରତୀୟ ମହିଳା ହକି ଦଳକୁ ଏହାର ଗୋଲ ରୁପାନ୍ତର ହାରରେ ବୃଦ୍ଧି ଆବଶ୍ୟକତା ରହିଛି ବୋଲି ଦଳର ମୁଖ୍ୟ କୋଚ୍‌ ଜୋର୍ଡ ମାରିଜନେ କହିଛନ୍ତି। ଚଳିତ ଏଫ୍‌ଆଇଏଚ୍‌ ମହିଳା ସିରିଜ ଫାଇନାଲ୍ସ ହକି ଟୁର୍ନାମେଣ୍ଟରେ ଭାରତ ମଙ୍ଗଳବାର ଗ୍ରୁପ୍‌ ଏ’ରେ ଏହା ଶେଷ ମ୍ୟାଚ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ଫିଜି ସହ ମୁକାବିଲା କରିବ। ଏହି ମ୍ୟାଚରେ ବିଜୟ ହାସଲ କରିପାରିଲେ ଦଳ ସେମିଫାଇନାଲରେ ସ୍ଥାନ ପକ୍କା କରିପାରିବ। ବିଶ୍ୱର ୯ ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଭାରତ ଏହି ଟୁର୍ନାମେଣ୍ଟରେ ହେଉଛି ସର୍ବୋଚ୍ଚ ର଼୍ୟାଙ୍କିଙ୍ଗପ୍ରାପ୍ତ ଦଳ। ଭାରତ ପୂର୍ବରୁ ଉରୁଗୁଏକୁ ୪-୧ ଏବଂ ପୋଲାଣ୍ଡକୁ ୫-୦ ଗୋଲରେ ପରାସ୍ତ କରି ସାରିଛି। ବିଶ୍ୱର ୪୪ ନମ୍ବର ମାନ୍ୟତାପ୍ରାପ୍ତ ଫିଜି ଭାରତ ପାଇଁ କୌଣସି ସମସ୍ୟା ସୃଷ୍ଟି କରିବ ନାହିଁ। କିନ୍ତୁ ଦଳ ଯଦି ଏହାର ଗୋଲ ରୁପାନ୍ତର ହାର ବୃଦ୍ଧି କରେ ତେବେ ମ୍ୟାଚ ଜିତିବା ଆହୁରି ସହଜ ହୋଇପଡ଼ିବ। ମରିଜନେ ପ୍ରଥମ ଦୁଇଟି ମ୍ୟାଚରେ ଦଳର ପ୍ରଦର୍ଶନ ନେଇ ସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଦଳ ଅନେକ ଫିଲ୍ଡ ଗୋଲ ଏବଂ ପେନାଲ୍ଟି କର୍ନର ସୁଯୋଗ ସୃଷ୍ଟି କରିପାରିଛି। ଖେଳାଳିମାନେ ସଂଗଠିତ ହୋଇ ଉପଯୁକ୍ତ ସମନ୍ବୟ ରକ୍ଷା କରିବ ଖେଳିବା ଗୁରୁତ୍ୱପୂର୍ଣ୍ଣ। ଏହାଦ୍ୱାରା ପ୍ରତ୍ୟେକ ଖେଳାଳି ଭଲ ପ୍ରଦର୍ଶନ କରିବା ସୁଯୋଗ ପାଇ ପାରିବେ। ୪୫ ବର୍ଷୀୟ ମାରିଜନେ କହିଛନ୍ତି ଟୁର୍ନାମେଣ୍ଟରେ ଭାରତ ସମସ୍ତ ମ୍ୟାଚରେ ବିଜୟ ହାସଲ କରିବା ଲାଗି ଲକ୍ଷ୍ୟ ରଖିଥିବାବେଳେ କୌଣସି ଦଳକୁ ହାଲ୍‌କା ଭାବେ ନେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri