ଗୋଳକୁଣ୍ଡ ନିମ୍ନ ମୌଳିକ ବିଦ୍ୟାଳୟ: ଭୁଶୁଡିଲା ବିଦ୍ୟାଳୟ ପାଚେରି

ବରୀ,୧୮।୯(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଗୌଳକୁଣ୍ଡ ପଞ୍ଚାୟତର ସର୍ବପୁରାତନ ନିମ୍ନ ମୌଳିକ ବିଦ୍ୟାଳୟର ପାଚେରି ମଙ୍ଗଳବାର ଭୁଶୁଡି ପଡ଼ିଛି। ୧୦ବର୍ଷ ତଳେ ଏହି ପାଚେରି ନିର୍ମାଣ ହୋଇଥିଲା। ଗତ ବର୍ଷା ମାଡ଼ ଖାଇ ପାଚେରୀ ଦୁର୍ବଳ ହୋଇପଡ଼ିଥିବା କୁହାଯାଉଛି। ଏହି ବିଦ୍ୟାଳୟ ୧୯୪୮ରେ ସ୍ଥାପିତ ହୋଇଥିଲା। ଏଠାରେ ୧ମରୁ ୫ମ ପର୍ଯ୍ୟନ୍ତ ୪୯ ଜଣ ଛାତ୍ରୀଛାତ୍ରଙ୍କୁ ୨ଜଣ ଶିକ୍ଷୟିତ୍ରୀ ଶିକ୍ଷାଦାନ ପାଇଁ ନିଯୁକ୍ତି ପାଇଛନ୍ତି। ମଙ୍ଗଳବାର ୩ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରିବାକୁ ଆସିଥିଲା ବେଳେ ପ୍ରଧାନ ଶିକ୍ଷୟିତ୍ରୀ ଅନୁପସ୍ଥିତ ଥିବା ଅଭିଯୋଗ ହୋଇଛି। ଓଷା ଥିବାରୁ ପ୍ରଧାନ ଶିକ୍ଷୟିତ୍ରୀ ଜଣଙ୍କ ବିଦ୍ୟାଳୟରେ ଉପସ୍ଥାପନ ପକାଇ ମଧ୍ୟାହ୍ନରେ ଘରକୁ ଚାଲିଯାଇଥିବା ବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ବିଦ୍ୟାଳୟର ପୁରୁଣା କୋଠରି ଭାଙ୍ଗିରୁଜି ଯାଇଛି। ଅନାବନା ବଣବୁଦାରେ ବିଦ୍ୟାଳୟ ପରିସର ଭରପୂୂର ରହିଛି। ବିଦ୍ୟାଳୟର ପାଚେରିକୁ ତୁରନ୍ତ ମରାମତି କରିବା ପାଇଁ ସ୍ଥାନୀୟ ସରପଞ୍ଚ ଶରତ କୁମାର ଜେନା ଦାବି କରିଛନ୍ତି। ଏଥି ସହିତ ପୁରୁଣା କୋଠରି ମରାମତି କରିବା ସହିତ ବିଦ୍ୟାଳୟର ଉନ୍ନତି ପାଇଁ ସ୍ଥାନୀୟ ବିଧାୟିକାଙ୍କ ନିକଟରେ ଅଭିଯୋଗ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri