ଗୋଳକୁଣ୍ଡ ନିମ୍ନ ମୌଳିକ ବିଦ୍ୟାଳୟ: ଭୁଶୁଡିଲା ବିଦ୍ୟାଳୟ ପାଚେରି

ବରୀ,୧୮।୯(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଗୌଳକୁଣ୍ଡ ପଞ୍ଚାୟତର ସର୍ବପୁରାତନ ନିମ୍ନ ମୌଳିକ ବିଦ୍ୟାଳୟର ପାଚେରି ମଙ୍ଗଳବାର ଭୁଶୁଡି ପଡ଼ିଛି। ୧୦ବର୍ଷ ତଳେ ଏହି ପାଚେରି ନିର୍ମାଣ ହୋଇଥିଲା। ଗତ ବର୍ଷା ମାଡ଼ ଖାଇ ପାଚେରୀ ଦୁର୍ବଳ ହୋଇପଡ଼ିଥିବା କୁହାଯାଉଛି। ଏହି ବିଦ୍ୟାଳୟ ୧୯୪୮ରେ ସ୍ଥାପିତ ହୋଇଥିଲା। ଏଠାରେ ୧ମରୁ ୫ମ ପର୍ଯ୍ୟନ୍ତ ୪୯ ଜଣ ଛାତ୍ରୀଛାତ୍ରଙ୍କୁ ୨ଜଣ ଶିକ୍ଷୟିତ୍ରୀ ଶିକ୍ଷାଦାନ ପାଇଁ ନିଯୁକ୍ତି ପାଇଛନ୍ତି। ମଙ୍ଗଳବାର ୩ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରିବାକୁ ଆସିଥିଲା ବେଳେ ପ୍ରଧାନ ଶିକ୍ଷୟିତ୍ରୀ ଅନୁପସ୍ଥିତ ଥିବା ଅଭିଯୋଗ ହୋଇଛି। ଓଷା ଥିବାରୁ ପ୍ରଧାନ ଶିକ୍ଷୟିତ୍ରୀ ଜଣଙ୍କ ବିଦ୍ୟାଳୟରେ ଉପସ୍ଥାପନ ପକାଇ ମଧ୍ୟାହ୍ନରେ ଘରକୁ ଚାଲିଯାଇଥିବା ବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ବିଦ୍ୟାଳୟର ପୁରୁଣା କୋଠରି ଭାଙ୍ଗିରୁଜି ଯାଇଛି। ଅନାବନା ବଣବୁଦାରେ ବିଦ୍ୟାଳୟ ପରିସର ଭରପୂୂର ରହିଛି। ବିଦ୍ୟାଳୟର ପାଚେରିକୁ ତୁରନ୍ତ ମରାମତି କରିବା ପାଇଁ ସ୍ଥାନୀୟ ସରପଞ୍ଚ ଶରତ କୁମାର ଜେନା ଦାବି କରିଛନ୍ତି। ଏଥି ସହିତ ପୁରୁଣା କୋଠରି ମରାମତି କରିବା ସହିତ ବିଦ୍ୟାଳୟର ଉନ୍ନତି ପାଇଁ ସ୍ଥାନୀୟ ବିଧାୟିକାଙ୍କ ନିକଟରେ ଅଭିଯୋଗ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri