ଗୋଷ୍ଠୀସ୍ତରୀୟ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

କେସିଙ୍ଗା,୧୮।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୋଷ୍ଠୀସ୍ତରୀୟ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଚକ୍ଷୁ ପରୀକ୍ଷାରେ କେସିଙ୍ଗା ବ୍ଲକର ୬ଟି କ୍ଲଷ୍ଟରୁ ୧୪୩ଜଣ ଛାତ୍ରୀଛାତ୍ର ଯୋଗଦାନ କରିଥିଲେ। ଏଥି ମଧ୍ୟରୁ ୩୨ଜଣ ଛାତ୍ରୀଛାତ୍ରଙ୍କ ଚଷମା ଦରକାର ହେଉଥିବାରୁ ସେମାନଙ୍କୁ ରିପୋର୍ଟ ଦିଲ୍ଲୀ ପଠାଯାଇଛି । ୧୦ ଜଣ ଛାତ୍ରୀଛାତ୍ରଙ୍କ ବିଭିନ୍ନ ଚକ୍ଷୁ ପରୀକ୍ଷା କରିବା ପାଇଁ ଭବାନୀପାଟଣାକୁ ରେଫର କରାଯାଇଛି। ଏଥିରେ ଡା. ଝସକେତନ ସାହୁ, ଚକ୍ଷୁ ସହାୟକ ଚିକିତ୍ସକ ଲଲିତ କୁମାର ପଟ୍ଟନାୟକ, ବିନୋଦ କୁମାର ବେହେରା, ଯୁଧିଷ୍ଠିର ପାତ୍ରଙ୍କ ଦ୍ୱାରା ଛାତ୍ରୀଛାତ୍ରମାନଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିଲା । ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟ କୁମାର ସିଂହଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଘବ ମାଝି, ସୀମାଞ୍ଚଳ ବୁଦ୍ଧିଆ, ଶରତ ବାରିକ ଏବଂ ସୁଧାଂଶୁ ଶେଖର ପ୍ରଧାନ, ନିଳେନ୍ଦ୍ରୀ ମେହେର ପ୍ରମୁଖ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri