ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କୁ ନିଲମ୍ବନ ଘଟଣା: ୨୪ ଘଣ୍ଟିଆ କାଲିମେଳା ବନ୍ଦ

କାଲିମେଳା,୧୬।୧୨(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତର ମୁକ୍ତିକାନ୍ତ ମଲ୍ଲିକଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ପ୍ରତ୍ୟାହାର, ତାଙ୍କର ପୁନଃ ନିଯୁକ୍ତି ଦାବିରେ ସୋମବାର କାଲିମେଳାରେ ବନ୍ଦ ପାଳନ କରାଯାଇଛି। ବିଜେଡି,ଭାଜପା ଓ କଂଗ୍ରେସର ଲୋକ ପ୍ରତିନିଧିଙ୍କ ସହ କାଲିମେଳା ଓ ପଡିଆ ବ୍ଲକରୁ ପ୍ରାୟ ୨ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ଏଥିରେ ସାମିଲ ହୋଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ବନ୍ଦ ପାଳନ ଯୋଗୁ କାଲିମେଳା ବଜାରର ସମସ୍ତ ଦୋକାନ ବନ୍ଦ ରହିଥିଲା। ତେବେ ଗାଡି ମୋଟର ଚଳାଚଳ ସ୍ବାଭାବିକ ଥିଲା। ସ୍କୁଲ କଲେଜ ଖୋଲା ରହିଥିଲା। ଧାରଣାରେ ବ୍ଲକ ଅଧ୍ୟକ୍ଷ ମାଲା ମାଢି, ପୂର୍ବତନ ବିଧାୟକ ମୁକୁନ୍ଦ ସୋଡି, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଚୈତନ୍ୟ ଚୌଧୁରୀ, ଜିଲା ପରିଷଦ ସଭ୍ୟ ଉତ୍ତମ ରାୟ, ବିଧାୟକ ପ୍ରତିନିଧି ଭବାନୀ ଶଙ୍କର ମୁଖାର୍ଜୀ, ଭାଜପା ମଣ୍ଡଳ ସଭାପତି ରତ୍ନାକର ପାଣିଗ୍ରାହୀ, ଯୁବ ସଭାପତି ଅବଧୁତ ପ୍ରସାଦ ଦୁର୍ଗା, ବିଜେଡି ନେତା କାର୍ତ୍ତିକ ଦେବନାଥ, ବିକାଶ ମଲ୍ଲିକଙ୍କ ସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟମାନେ ସାମିଲ ଥିଲେ। ସେମାନେ ସରକାରଙ୍କ ଏଭଳି ବଦଳିକୁ ବିରୋଧ କରିବା ସହ ନିନ୍ଦା କରିଥିଲେ। ପରେ ଲୋକ ପ୍ରତିନିଧିମାନେ ବ୍ଲକ ସଭାଗୃହରେ ଥିବା ଜିଲାପାଳଙ୍କୁ ଭେଟି ଦାବିପତ୍ର ଦେଇଥିଲେ। ଜିଲାପାଳ ମନୀଷ ଅଗ୍ରୱାଲ ଦାବିପତ୍ର ଗ୍ରହଣ କରି କହିଥିଲେ ଯେ ଡାକ୍ତର ମଲ୍ଲିକଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ଏହାର ତଦନ୍ତ କରାଯାଇ ରିପୋର୍ଟ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ନିକଟକୁ ପଠାଯାଇଥିଲା। ସେଠାରୁ ଡାକ୍ତର ମଲ୍ଲିକଙ୍କୁ ନିଲମ୍ବନ କରାଯାଇଛି। ମୋ ହାତରେ କିଛି ନାହଁି। ବିଡିଓ ଉମା ଶଙ୍କର ଦଳାଇ ଓ ସିଡିଏମଓ ଅଜୟ ବୈଠାରୁ ଧରଣା ସ୍ଥଳରେ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରି ଡାକ୍ତର ପଦବୀ ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ତେବେ ଏହି ସମୟରେ ଡାକ୍ତର ମଲ୍ଲିକଙ୍କୁ ଏଠାକୁ ଫେରାଇ ଆଣିବାକୁ ଶତାଧିକ ମହିଳାପୁରୁଷ ସିଡିଏମଙ୍କ ନିକଟରେ ଦାବି କରିଥିଲେ। ବନ୍ଦ ପାଳନକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ସୂଚନାଯୋଗ୍ୟ ଯେ, କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ୬ ଡାକ୍ତରଙ୍କ ବଦଳରେ ୨ ଜଣ ଡାକ୍ତର ଅବିଦ ହୁସେନ ଖାନ ଓ ଡାକ୍ତର ମୁକ୍ତିକାନ୍ତ ମଲ୍ଲିକ ଥିଲେ। ଡାକ୍ତର ମଲ୍ଲିକ ଅଧିକ ସମୟ ଦେଇ ରୋଗୀ ସେବା କରୁଥିଲେ। କେତେକ ଅଭିଯୋଗକୁ ଭିତ୍ତି କରି ତାଙ୍କୁ ଏଠାରୁ ବଦଳି କରାଯାଇଛି। ମାତ୍ର ଏହି ଅଭିଯୋଗକୁ ଜନସାଧାରଣ ଭିତ୍ତିହୀନ ବୋଲି କହିଛନ୍ତି। ତାଙ୍କ ରୋଗୀ ସେବାକୁ ପ୍ରାଧାନ୍ୟ ନ ଦେଇ ତାଙ୍କୁ ଏଠାରୁ ବଦଳି କରାଯିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଏନେଇ ପୂର୍ବରୁ ଅଞ୍ଚଳବାସୀ ମେଡିକାଲ ସମ୍ମୁଖରେ ୨ ଥର ପ୍ରତିବାଦ ସଭା କରି ଜିଲା ପ୍ରଶାସନକୁ ଅବଗତ କରାଇଥିଲେ। ଏହା ସତ୍ତ୍ୱେ ଜିଲା ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ସୋମବାର ବନ୍ଦ ପାଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri