ଗ୍ରହଣ ହେଲାନି ଇସ୍ତଫା: ଗଗନ ଧଳ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରିଛନ୍ତିି। କୃଷି ଉତ୍ପାଦନ କମିଶନର(ଏପିସି)ଥିବା ଗଗନ ଧଳଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍‌ଡିସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଏହି ପଦବୀ ମୁଖ୍ୟ ଶାସନ ସଚିବ ପାହ୍ୟା ସହ ସମତୁଲ୍ୟ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ହେଲେ ଶୁକ୍ରବାର ଗଗନ ଧଳ ଚଳିତ ମାସ ୬ରୁ ସରକାରୀ ଚାକିରିରୁ ଇସ୍ତଫା ଦେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଅନୁରୋଧ କରିଥିବା ନେଇ ସାଧାରଣ ପ୍ରଶାସନ(ଜିଏ) ବିଭାଗ ସ୍ପଷ୍ଟ କରିଥିଲା। ତେଣୁ ରାଜ୍ୟ ସରକାର ତାଙ୍କ ଇସ୍ତଫା ଗ୍ରହଣ କରି ନ ଥିବା କୁହାଯାଇଛି। ହେଲେ ଧଳ ଇସ୍ତଫା ନିଷ୍ପତ୍ତି ପରିବର୍ତ୍ତନ କରି ନୂଆ ଦାୟିତ୍ୱ ନେଉଛନ୍ତି ନା ନାହିଁ, ତାହା ଉପରେ ସମସ୍ତଙ୍କ ନଜର ରହିବ। ଉଲ୍ଲେଖଯୋଗ୍ୟ, ଗଗନଙ୍କ କାର୍ଯ୍ୟକାଳ ଚଳିତ ବର୍ଷ ଶେଷ ଆଡକୁ ସମାପ୍ତ ହେବାକୁ ଯାଉଛି। ତେଣୁ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଧିକାରୀ ହୋଇଥିବାରୁ ତାଙ୍କୁ ଏକ ପ୍ରକାର ପ୍ରଶାସନିକ ଥଇଥାନ କରାଯାଇଥିବା ଆଲୋଚନା ହେଉଛି।

ଉନ୍ନୟନ କମିଶନର ଥିବା ଅସିତ କୁମାର ତ୍ରିପାଠୀଙ୍କୁ ମୁଖ୍ୟ ଶାସନ ସଚିବ ନିଯୁକ୍ତି ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ଶାସନ ସଚିବ ହୋଇଥିବାରୁ ଅସିତ ରାଜ୍ୟ ମୁଖ୍ୟ ଉନ୍ନୟନ କମିଶନର ଭାବେ ମଧ୍ୟ କାର୍ଯ୍ୟ କରିବେ। ଗତ ସ୍ବାଧୀନତା ଦିବସରେ ଅସିତଙ୍କ ନୂତନ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଘୋଷଣା କରାଯାଇଥିଲା। ଉପରୋକ୍ତ ପଦପଦବୀ ବ୍ୟତୀତ ଅସିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ଓଆର୍‌ଏସ୍‌ଏସିର ଅଧ୍ୟକ୍ଷଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇପାରିବେ।

ସୋମବାର ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଶେଷ ସରକାରୀ କାର୍ଯ୍ୟଦିବସ ହେବ। ଅପରପକ୍ଷରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌)ଥିବା ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଯୋଜନା ଓ ସଂଯୋଜନା ବିଭାଗର କମିଶନର ତଥା ଏସିଏସ୍‌ ଭାବେ ଦାୟିତ୍ୱ ଦିଆଯାଇଛି। ସୁରେଶଙ୍କୁ ଦୁଇ ଦିନ ପୂର୍ବେ ଉନ୍ନୟନ କମିଶନର ଭାବେ ମଧ୍ୟ ନିଯୁକ୍ତି ଦିଆଯାଇଥିଲା। ଏତଦ୍‌ବ୍ୟତୀତ ସେ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଉଥିବା ସୁଦର୍ଶନ ପାଲ ଠାକୁରଙ୍କୁ କୋରାପୁଟସ୍ଥିତ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଏପିସି ଭାବେ ନିଯୁକ୍ତି ପାଇଥିବା ପ୍ରଦୀପ୍ତ କୁମାର ମହାପାତ୍ର ସ୍କୁଲ ଓ ଗଣବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ମୋନା ଶର୍ମା ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଶିଳ୍ପ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ପୂର୍ତ୍ତ ବିଭାଗର କମିଶନର ତଥା ସଚିବ ଡକ୍ଟର କ୍ରିଷନ କୁମାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସିଆର୍‌ସି ତଥା ବାଣିଜ୍ୟ ଓ ପରିବହନ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିବା ମନୋଜ କୁମାର ମିଶ୍ର(ଆଇଆର୍‌ଟିଏସ୍‌)ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ଭାରପ୍ରାପ୍ତ ସଚିବ ଭାବେ ଦାୟିତ୍ୱ ତୁଲାଇବେ। ସେହିପରି ଏହି ବିଭାଗର ସ୍ବତନ୍ତ୍ର ସଚିବ ଥିବା ରୁଦ୍ର ନାରାୟଣ ପଲାଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri