ଗ୍ରହଣ ହେଲାନି ଇସ୍ତଫା: ଗଗନ ଧଳ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରିଛନ୍ତିି। କୃଷି ଉତ୍ପାଦନ କମିଶନର(ଏପିସି)ଥିବା ଗଗନ ଧଳଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍‌ଡିସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଏହି ପଦବୀ ମୁଖ୍ୟ ଶାସନ ସଚିବ ପାହ୍ୟା ସହ ସମତୁଲ୍ୟ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ହେଲେ ଶୁକ୍ରବାର ଗଗନ ଧଳ ଚଳିତ ମାସ ୬ରୁ ସରକାରୀ ଚାକିରିରୁ ଇସ୍ତଫା ଦେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଅନୁରୋଧ କରିଥିବା ନେଇ ସାଧାରଣ ପ୍ରଶାସନ(ଜିଏ) ବିଭାଗ ସ୍ପଷ୍ଟ କରିଥିଲା। ତେଣୁ ରାଜ୍ୟ ସରକାର ତାଙ୍କ ଇସ୍ତଫା ଗ୍ରହଣ କରି ନ ଥିବା କୁହାଯାଇଛି। ହେଲେ ଧଳ ଇସ୍ତଫା ନିଷ୍ପତ୍ତି ପରିବର୍ତ୍ତନ କରି ନୂଆ ଦାୟିତ୍ୱ ନେଉଛନ୍ତି ନା ନାହିଁ, ତାହା ଉପରେ ସମସ୍ତଙ୍କ ନଜର ରହିବ। ଉଲ୍ଲେଖଯୋଗ୍ୟ, ଗଗନଙ୍କ କାର୍ଯ୍ୟକାଳ ଚଳିତ ବର୍ଷ ଶେଷ ଆଡକୁ ସମାପ୍ତ ହେବାକୁ ଯାଉଛି। ତେଣୁ ମୁଖ୍ୟ ଶାସନ ସଚିବ ପାହ୍ୟାର ଅଧିକାରୀ ହୋଇଥିବାରୁ ତାଙ୍କୁ ଏକ ପ୍ରକାର ପ୍ରଶାସନିକ ଥଇଥାନ କରାଯାଇଥିବା ଆଲୋଚନା ହେଉଛି।

ଉନ୍ନୟନ କମିଶନର ଥିବା ଅସିତ କୁମାର ତ୍ରିପାଠୀଙ୍କୁ ମୁଖ୍ୟ ଶାସନ ସଚିବ ନିଯୁକ୍ତି ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ଶାସନ ସଚିବ ହୋଇଥିବାରୁ ଅସିତ ରାଜ୍ୟ ମୁଖ୍ୟ ଉନ୍ନୟନ କମିଶନର ଭାବେ ମଧ୍ୟ କାର୍ଯ୍ୟ କରିବେ। ଗତ ସ୍ବାଧୀନତା ଦିବସରେ ଅସିତଙ୍କ ନୂତନ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଘୋଷଣା କରାଯାଇଥିଲା। ଉପରୋକ୍ତ ପଦପଦବୀ ବ୍ୟତୀତ ଅସିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ଓଆର୍‌ଏସ୍‌ଏସିର ଅଧ୍ୟକ୍ଷଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇପାରିବେ।

ସୋମବାର ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ଶେଷ ସରକାରୀ କାର୍ଯ୍ୟଦିବସ ହେବ। ଅପରପକ୍ଷରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌)ଥିବା ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଯୋଜନା ଓ ସଂଯୋଜନା ବିଭାଗର କମିଶନର ତଥା ଏସିଏସ୍‌ ଭାବେ ଦାୟିତ୍ୱ ଦିଆଯାଇଛି। ସୁରେଶଙ୍କୁ ଦୁଇ ଦିନ ପୂର୍ବେ ଉନ୍ନୟନ କମିଶନର ଭାବେ ମଧ୍ୟ ନିଯୁକ୍ତି ଦିଆଯାଇଥିଲା। ଏତଦ୍‌ବ୍ୟତୀତ ସେ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଉଥିବା ସୁଦର୍ଶନ ପାଲ ଠାକୁରଙ୍କୁ କୋରାପୁଟସ୍ଥିତ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେହିପରି ଏପିସି ଭାବେ ନିଯୁକ୍ତି ପାଇଥିବା ପ୍ରଦୀପ୍ତ କୁମାର ମହାପାତ୍ର ସ୍କୁଲ ଓ ଗଣବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ମୋନା ଶର୍ମା ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଶିଳ୍ପ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଗୃହ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ପୂର୍ତ୍ତ ବିଭାଗର କମିଶନର ତଥା ସଚିବ ଡକ୍ଟର କ୍ରିଷନ କୁମାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସିଆର୍‌ସି ତଥା ବାଣିଜ୍ୟ ଓ ପରିବହନ ବିଭାଗର ସ୍ବତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିବା ମନୋଜ କୁମାର ମିଶ୍ର(ଆଇଆର୍‌ଟିଏସ୍‌)ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ଭାରପ୍ରାପ୍ତ ସଚିବ ଭାବେ ଦାୟିତ୍ୱ ତୁଲାଇବେ। ସେହିପରି ଏହି ବିଭାଗର ସ୍ବତନ୍ତ୍ର ସଚିବ ଥିବା ରୁଦ୍ର ନାରାୟଣ ପଲାଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?