ଛେଣ୍ଡିପଦା,୧୨।୬(ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାହାଳସାହି ପଞ୍ଚାୟତ ଗୋହିରାପଶିରେ ମଙ୍ଗଳବାର ରାତି ୯ଟାରେ ଗ୍ରାମସଭା ଚାଲିଥିବାବେଳେ ଗଣ୍ଡଗୋଳ ଘଟି ସ୍ଥାନୀୟ ଅଞ୍ଚଳର ଅନାମ ଖିଲାରଙ୍କ ମୃତ୍ୟୁ ହୋଇଛି।
ଘଟଣାରୁ ଜଣାପଡିଛି, ଗୋହିରାପଶି ଗ୍ରାମରେ ଗ୍ରାମସଭା ଚାଲିଥିଲା। ତେବେ କୌଣସି କଥାକୁ ନେଇ ଅନାମଙ୍କ ସହିତ ଗ୍ରାମର କେତେଜଣ ଯୁବକଙ୍କ ଯୁକ୍ତିତର୍କ ହୋଇଥିଲା। ପରେ ଉଭୟ ପକ୍ଷଙ୍କ ମଧ୍ୟରେ ମାରପିଟ ହୋଇଥିଲା। ଏଥିରେ ଅନାମ ଗୁରୁତର ହୋଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ଅନାମଙ୍କ ପୁଅ ଜଗବନ୍ଧୁଙ୍କ ଅଭିଯୋଗକ୍ରମେ ଛେଣ୍ଡିପଦା ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ଜବତ କରି ତଦନ୍ତ ଚଳାଇଛି। ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସ ରାତିରେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।
ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…
ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…
ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ
ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…
ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…
ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…
ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍: ଆଉ ତା’ପରେ…
କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
Archives

