ଗ୍ରାମସଭାରେ ନାଲ୍‌କୋକୁ ମିଳିତ ବିରୋଧ

ପଟ୍ଟାଙ୍ଗି,୧୯ା୬(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସେରୁବନ୍ଧ ବକ୍ସାଇଟ୍‌ ପାହାଡ଼ ଖୋଳାକୁ ନେଇ ପ୍ରତିବାଦ ତେଜୁଛି। ବ୍ଲକର ମାଳିପୁଟ ପଞ୍ଚାୟତ କାର୍ଯ୍ୟାଳୟରେ ଆୟୋଜିତ ଗ୍ରାମସଭାରେ ଉପସ୍ଥିତ ନେତାଙ୍କଠାରୁ ଆରମ୍ଭ କରି ବିପକ୍ଷବାଦୀ ଓ ପଞ୍ଚାୟତ ବାସିନ୍ଦା ନାଲ୍‌କୋକୁ ବିରୋଧ କରିଛନ୍ତି। ନାଲ୍‌କୋକୁ ବିରୋଧ କରି ସ୍ଥାନୀୟ ସରପଞ୍ଚଙ୍କ ଜରିଆରେ ପ୍ରଶାସନକୁ ଦାବିପତ୍ର ଦେଇଛନ୍ତି ସେରୁବନ୍ଧ ସୁରକ୍ଷା ସମିତି ଓ ବ୍ଲକ କଂଗ୍ରେସ କମିଟି ସଭାପତି ନୃସିଂହନାଥ ବେହେରା। ଆଦିବାସୀଙ୍କ ସ୍ବାର୍ଥକୁ ଜଳାଞ୍ଜଳି ଦେଇ ନାଲକୋକୁ ସେରୁବନ୍ଧ ଓ ପଞ୍ଚପଟ୍ଟମାଳି ବକ୍ସାଇଟ ଖଣି ଟେକିଦେବା ପାଇଁ ହୀନ ପ୍ରୟାସକୁ ଦାବିପତ୍ରରେ ବିରୋଧ କରାଯାଇଛି।
ସୂଚନା ଅନୁଯାୟୀ, ମାଳିପୁଟ ସରପଞ୍ଚ ଜୟନ୍ତୀ ଚପାଡିଙ୍କ ଅଧ୍ୟକ୍ଷତାରେ ଜଙ୍ଗଲ ଜମିକୁ ଅଣ ଜଙ୍ଗଲ ଜମିରେ ପରିଣତ କରିବା ପାଇଁ ଗ୍ରାମସଭା ବସିଥିଲା। କିନ୍ତୁ ଏହାକୁ ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗି, ପୂର୍ବତନ ବିଧାୟକ ରାମଚନ୍ଦ୍ର କାଡାମ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଜଗତଜ୍ୟୋତି ପାଙ୍ଗି, ଏମ୍‌ପି ପ୍ରତିନିଧି ଚିକୁ ଦାଶ, ବାବୁଲା ବେନିଆ, ବଳରାମ ବାରିକ, ଚୈତନ୍ୟ ନନ୍ଦବାଲି, ରଞ୍ଜିତ ପାଙ୍ଗି, ସେରୁବନ୍ଧ ସୁରକ୍ଷା ସମିତିର ସଭାପତି ଭଗବାନ ଗୋଲରି, ଦୋରା ମହାସଂଘ ଜିଲା ସଭାପତି ବୈଦ୍ୟନାଥ ଗେମେଲ, କୋରାପୁଟିଆ ଜନ ସୁରକ୍ଷା ସମିତି ଉପସଭାପତି ଦାସି ନନ୍ଦିବାଲି, ହାଲ୍‌ ବିସ୍ଥାପିତ ସଂଘ ସଭାପତି ତ୍ରିଲୋଚନ ମୁଦୁଲି, ମାଳି ପର୍ବତ ସୁରକ୍ଷା ସମିତିର ପୂର୍ଣ୍ଣ ଜାନି, ଦଶରଥ ଖିଲ ବିରୋଧ କରିଥିଲେ। ଜୟରାମ ପାଙ୍ଗି କହିଥିଲେ ଯେ, ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ହାତେଇବା ପାଇଁ ରାଜ୍ୟ ସରକାର, ଜିଲା ପ୍ରଶାସନ ଓ ପୋଲିସ ସହ ହାତ ମିଶାଇ ନାଲକୋ ଯୋଜନାବଦ୍ଧ ପ୍ରୟାସ ଆରମ୍ଭ କରିଛି। ନାଲକୋ ଉକ୍ତ ବକ୍ସାଇଟ୍‌କୁ ହାତେଇ ଅନ୍ୟ କମ୍ପାନୀକୁ ବିକ୍ରି କରିବା ଚକ୍ରାନ୍ତକୁ ଆମେ ପ୍ରଶ୍ରୟ ଦେବୁନାହିଁ। ଓଏମ୍‌ସି ଓ ମୈତ୍ରୀ କମ୍ପାନୀ ପୋଲିସର ଆଶ୍ରୟ ନେଇ ଅଞ୍ଚଳବାସୀଙ୍କୁ ଭୟ ଦେଖାଉଛି। ନିଜ ଉଦ୍ଦେଶ୍ୟ ସାଧନ କରିବା ପାଇଁ ଜଙ୍ଗଲ ଜମିକୁ ଅଣ ଜଙ୍ଗଲ ଜମି ପରିଣତ କରିବା ନାଁରେ କରାଯାଉଥିବା ଗ୍ରାମସଭାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଉ ବୋଲି ସେ କହିଥିଲେ। ଅନ୍ୟପକ୍ଷରେ ଶାସକ ଦଳର କୌଣସି ନେତା ଏଥିରେ ଉପସ୍ଥିତ ନଥିଲେ। ସରକାରୀ ଅଧିକାରୀ ଭାବେ ବିଡିଓ କରୁଣାକର ପ୍ରଧାନ, ତହସିଲଦାର ଡ. ଅରୁଣ ଖଣ୍ଡା, ଅତିରିକ୍ତ ତହସିଲଦାର ମହାଦେବ ଭତ୍ରା, ରାଜସ୍ବ ନିରୀକ୍ଷକ କୈଳାସ ଗାଦବା ଉପସ୍ଥିତ ଥିଲେ। ପଞ୍ଚାୟତ ନିର୍ବାହୀ ଅଧିକାରୀ ଦିବାକର ପୁରୋହିତ ସଭା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା

ଭୁବନେଶ୍ୱର, ୨୧।୨(ସୁନିତ୍‌ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ…

ଦେବଗଡରେ ବୁଲା କୁକୁର ଆତଙ୍କ, ଯାହାକୁ ଦେଖୁଛି….

ଦେବଗଡ,୨୧ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସହରରେ କୁକୁର ଆତଙ୍କ । ବୁଲା କୁକୁର ଲୋକଙ୍କୁ ଗୋଡାଇ ଗୋଡାଇ କାମୁଡୁଥିବା ନେଇ ଅଭିଯୋଗ ହୋଇଛି । ଛୋଟ ଛୁଆଠୁ…

କୁକୁରକୁ ବାଡ଼େଇବାରୁ ଭାଙ୍ଗିଗଲା ବାହାଘର: ଜାଣନ୍ତୁ ରୋଚକ ଘଟଣା

ଲକ୍ଷ୍ନୌ,୨୧ା୨:କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି। କିନ୍ତୁ ଉତ୍ତରପ୍ରଦେଶରେ ଏକ ସଦ୍ୟତମ ଘଟଣାରେ ଯେଉଁ…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ସୁପ୍ରିମକୋର୍ଟରୁ ଝଟକା ପରେ ଟ୍ରମ୍ପଙ୍କ ପ୍ରତିଶୋଧ! ବିଶ୍ବବ୍ୟାପୀ ୧୦% ଟାରିଫ୍ ଲଗାଇଲେ…

ନୂଆଦିଲ୍ଲୀ,୨୧।୨: ସୁପ୍ରିମକୋର୍ଟରେ ଟ୍ରମ୍ପଙ୍କ ପରାଜୟ ପରେ, ଆମେରିକା ରାଷ୍ଟ୍ରପତି ତାଙ୍କର ବାଣିଜ୍ୟ ନୀତିକୁ ଆହୁରି ତୀକ୍ଷ୍ଣ କରିଛନ୍ତି । ବିଦେଶୀ ସାମଗ୍ରୀ ଉପରେ ଟ୍ରମ୍ପ୍‌ଙ୍କ ୧୦% ନୂଆ…

ଫେବୃଆରୀ ୨୮ ସୁଦ୍ଧା ଧାନ ନ ଉଠିଲେ ଆନ୍ଦୋଳନ: ଧମକ ଦେଲେ ଚାଷୀ

ପଦ୍ମପୁର,୨୧ା୨(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୩ ମାସ ବିତିଯାଇଛି। ମାତ୍ର ଏବେ ବି ଚାଷୀ ମଣ୍ଡିରେ ଡେରାପକାଇ ସେମାନଙ୍କ ଧାନ କେବେ ଉଠିବ ସେହି ଚିନ୍ତାରେ…

ଆଗ ଥଇଥାନ, ପରେ ଉଚ୍ଛେଦ: ଜବରଦଖଲ ଉଚ୍ଛେଦକୁ ନେଇ ବଢିଲା ଅସନ୍ତୋଷ

ବରଗଡ଼,୨୧।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅଧୀନ ବିଭିନ୍ନ ୱାର୍ଡରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଏହି ଉଚ୍ଛେଦ ପ୍ରକ୍ରିୟାରେ ବଡ଼ବଡ଼ିଆଙ୍କଠାରୁ ଅଧୀକ ଗରିବ ଶ୍ରେଣୀର ଲୋକେ…

ଖୋଲା ଦେହରେ ଯୁବ କଂଗ୍ରେସର ବିକ୍ଷୋଭ

ନୂଆଦିଲ୍ଲୀ,୨୧ା୨: ଦିଲ୍ଲୀ ଭାରତ ମଣ୍ଡପମ୍‌ଠାରେ ଚାଲିଥିବା ଇଣ୍ଡିଆ ଏଆଇ ସମିଟ୍‌ ସ୍ଥଳରେ ଶୁକ୍ରବାର ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯାଇଛି । ଶନିବାର ଏହି ସମିଟ୍‌ର ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri