Posted inଅପରାଧ

ଗ୍ରାମସଭାରେ ପୋଖରୀ ମାଛ ଧରା ଚାନ୍ଦାକୁ ନେଇ ଗଣ୍ଡଗୋଳ, ଜଣେ ମୃତ

ଛେଣ୍ଡିପଦା,୧୨।୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାହାଳସାହି ପଞ୍ଚାୟତର ଗୋହିରାପଶି ଗ୍ରାମରେ ମଙ୍ଗଳବାର ରାତି ୯ଟା ସମୟରେ ଗ୍ରାମସଭା ଚାଲିଥିବା ବେଳେ ଅଘଟଣ ଘଟିଛି। ପୋଖରୀ ମାଛଧରାକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ପରେ ମାରପିଟ୍‌ ଲାଗିବା ଯୋଗୁ ଜଣଙ୍କର ମୃତ୍ୟୁ ଘଟିିଛି। ମୃତକ ହେଲେ ଅନାମ ଖିଲାର।

ସୂଚନାନୁଯାୟୀ, ଗୋହିରାପଶି ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଗ୍ରାମ ସଭା ଚାଲିଥିଲା। ଏଥିରେ ପୋଖରୀ ମାଛଧରା ଚାନ୍ଦା ଘଟଣାକୁ ନେଇ ଅନାମ ଓ ଗ୍ରାମର କିଛି ଯୁବକଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏହି ଯୁକ୍ତିତର୍କ ଧିରେ ଧିରେ ଉଗ୍ର ରୂପ ଦେବା ସହ ସେମାନେ ମାରପିଟ୍‌ ହୋଇଥିଲେ। ଫଳରେ ଅନାମ ଘଟଣାସ୍ଥଳରେ ଚେତାଶୂନ୍ୟ ହୋଇ ପଡ଼ିଯାଇଥିଲେ। ଖବରପାଇ ପରିବାରଲୋକେ ସେଠାରେ ପହଞ୍ଚି ଅନାମଙ୍କୁ ଉଦ୍ଧାର କରି ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପୁଅ ଜଗବନ୍ଧୁ ଖିଲାର ଛେଣ୍ଡିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଛେଣ୍ଡିପଦା ଥାନା ଅଧିକାରୀ ପ୍ରିୟବ୍ରତ ଦାଶ ଘଟଣାର ତଦନ୍ତ କରିବା ସହିତ ମୃତଦେହକୁ ଜବତ କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୋଲିସ ରାତିରେ ବିଭିନ୍ନ ସ୍ଥାନରେ ଚଢାଉ କରି ୪ ଜଣଙ୍କୁ ଥାନାକୁ ଆଣି ପଚରା ଉଚୁରା କରୁଥିବା ବେଳେ ଗାଁ ସଭାପତି ଚୈତନ୍ୟ ଖିଲାର ଫେରାର ଥିବା ଥାନା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri