ଗ୍ରାମାଞ୍ଚଳରେ ବହୁତଳ କୋଠା ନିର୍ମାଣ ପାଇଁ କଟକଣା:ପ୍ଲାନ୍‌ ଅନୁମୋଦନ ଜରୁରୀ

ଭୁବନେଶ୍ୱର,୧୩-୧୧(ବ୍ୟୁରୋ): ସହରତଳି ଅଞ୍ଚଳ କିମ୍ବା ଗ୍ରାମାଞ୍ଚଳରେ ମନଇଚ୍ଛା ବହୁତଳ କୋଠା, ବାସଗୃହ ପ୍ରକଳ୍ପ କିମ୍ବା ବ୍ୟବସାୟିକ ଗୃହ ନିର୍ମାଣ କରିହେବ ନାହିଁ। ଏଥିପାଇଁ ସହର ଯୋଜନା(ଟାଉନ ପ୍ଲାନିଂ) ନିର୍ଦ୍ଦେଶକଙ୍କ ଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ଗ୍ରାମାଞ୍ଚଳରେ କୌଣସି ଆବାସିକ କିମ୍ବା ବ୍ୟବସାୟିକ ଗୃହ ନିର୍ମାଣ ପ୍ରକଳ୍ପ ୫୦୦ ବର୍ଗମିଟର କିମ୍ବା ୩ ମହଲା କିମ୍ବା ଲେ ଆଉଟ ଏରିଆ ୧.୦୦ ଏକରରୁ ଊର୍ଦ୍ଧ୍ୱ ହୋଇଥିବ ତେବେ ଘର ନିର୍ମାଣ ପୂର୍ବରୁ ପ୍ଲାନ ଅନୁମୋଦନ କରିବା ବାଧ୍ୟତାମୂଳକ କରାଯାଇଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଗୃହ ନିର୍ମାଣ ପୂର୍ବରୁ ପ୍ରଥମେ ସମ୍ପୃକ୍ତ ପଞ୍ଚାୟତ ସମିତିକୁ ପ୍ଲାନ ଅନୁମୋଦନ ପାଇଁ ଆବେଦନ କରିବାକୁ ହେବ। ପଞ୍ଚାୟତ ସମିତି ଏହାକୁ ଜିଲା ଟାଉନ ପ୍ଲାନିଂ ୟୁନିଟ୍‌କୁ ପଠାଇବ। ଟାଉନ ପ୍ଲାନିଂ ନିର୍ଦ୍ଦେଶକଙ୍କଠାରୁ ଅନୁମତି ନେଇ ଟାଉନ ପ୍ଲାନିଂ ୟୁନିଟ୍‌ ପ୍ଲାନ ଅନୁମୋଦନ କରିବ।
ଗ୍ରାମାଞ୍ଚଳରେ ଗଢ଼ିଉଠୁଥିବା ବହୁତଳ କୋଠା ଏବଂ ବ୍ୟବସାୟିକ ଗୃହକୁ ବ୍ୟବସ୍ଥିତ କରିବାକୁ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଯଦି କୌଣସି କୋଠାବାଡ଼ି ବିନା ପ୍ଲାନ ଅନୁମୋଦନରେ ନିର୍ମାଣ କରାଯାଇଛି ସେଗୁଡ଼ିକ ପ୍ଲାନିଂ ଆଣ୍ଡ ବିଲ୍ଡିଂ ଷ୍ଟାଣ୍ଡାର୍ଡ ରେଗୁଲେଶନ୍‌ସ ନିୟମ ଅନୁଯାୟୀ ଜରିମାନା ଦେଇ ଗୃହକୁ ନିୟମିତ (ରେଗୁଲାରାଇଜ) କରିପାରିବେ। ଓଡ଼ିଶା ସ୍ପେଶାଲ ପ୍ଲାନିଂ ଅଥରିଟିଜ୍‌ ଆଣ୍ଡ ରିଜିଓନାଲ ଇମ୍ପ୍ରୁଭମେଣ୍ଟ ଟ୍ରଷ୍ଟ୍‌ସ କମନ ପ୍ଲାନିଂ ଆଣ୍ଡ ବିଲ୍ଡିଂ ଷ୍ଟାଣ୍ଡାର୍ଡ ରୁଲ୍‌ସ-୨୦୧୭ ଗ୍ରାମାଞ୍ଚଳରେ ଆପାର୍ଟମେଣ୍ଟ କିମ୍ବା ବାସଗୃହ ପ୍ରକଳ୍ପ କିମ୍ବା ବ୍ୟବସାୟିକ ପ୍ରକଳ୍ପ ନିର୍ମାଣ ପାଇଁ ଲାଗୁହେବ। କଟକ, ଭୁବନେଶ୍ୱର ଭଳି ରାଜ୍ୟର ବଡ଼ ବଡ଼ ସହରତଳି ଅଞ୍ଚଳରେ ଅବ୍ୟବସ୍ଥିତ ଭାବେ ବହୁ ନଭଶ୍ଚୁମ୍ବୀ ଅଟ୍ଟାଳିକା ଗଢ଼ିଉଠୁଛି। ସ୍ବେରେଜ, ଡ୍ରେନେଜ ପାଇଁ କୌଣସି ବ୍ୟବସ୍ଥା ହେଉନାହିଁ। ବର୍ଷା ଦିନରେ ସେସବୁ ଅଞ୍ଚଳ ଜଳମଗ୍ନ ହୋଇ ରହୁଛି। ଯଦି କୌଣସି ସଂସ୍ଥା କିମ୍ବା ବ୍ୟକ୍ତିବିଶେଷ ଲେ ଆଉଟ ପ୍ଲାନ ଅନୁମୋଦନ ନ କରି ଘର ନିର୍ମାଣ କରିବେ ତେବେ ସେମାନଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମଧ୍ୟ ଚେତାବନୀ ଦିଆଯାଇଛି।
ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ଗ୍ରାମାଞ୍ଚଳରେ ଗଢ଼ିଉଠୁଥିବା ଆପାର୍ଟମେଣ୍ଟ, ବାସଗୃହ ପ୍ରକଳ୍ପ, ବ୍ୟବସାୟିକ ଗୃହ ନିର୍ମାଣକୁ ବ୍ୟବସ୍ଥିତ କରିବା ପାଇଁ ଏହି ନୂତନ ରୁଲ୍‌ କାର୍ଯ୍ୟକାରୀ କରାଯାଇଛି। ସହରତଳି ଅଞ୍ଚଳରେ ଅବ୍ୟବସ୍ଥିତ ଭାବେ ବହୁ ସଂଖ୍ୟାରେ ଆପାର୍ଟମେଣ୍ଟ ବିନା ଅନୁମୋଦନରେ ଗଢ଼ିଉଠୁଛି। ଏହାଦ୍ୱାରା ଅନେକ ସମସ୍ୟା ସୃଷ୍ଟି ହେଉଛି। ଗୃହ ନିର୍ମାଣ କରାଯାଉଥିଲେ ମଧ୍ୟ ବର୍ଜ୍ୟ ଜଳ ଓ ବର୍ଷା ଜଳ ନିଷ୍କାସନ ପାଇଁ କୌଣସି ସ୍ବେରେଜ କିମ୍ବା ଡ୍ରେନ ବ୍ୟବସ୍ଥା କରାଯାଉ ନାହିଁ। ଗ୍ରାମାଞ୍ଚଳ ପାଇଁ ପ୍ଲାନ ଅନୁମୋଦନ ନେବା ବାଧ୍ୟତାମୂଳକ କରାଯାଇଛି, ଯଦ୍ଦ୍ବାରା ସ୍ବେରେଜ, ଡ୍ରେନେଜ ବ୍ୟବସ୍ଥାକୁ ବ୍ୟବସ୍ଥିତ ଢଙ୍ଗରେ କରିହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri