ଗ୍ରାମାଞ୍ଚଳରେ ଲୋକେ ମାନୁନାହାନ୍ତି ଲକଡାଉନ୍‌ ନିୟମ

ଭବାନୀପାଟଣା,୬।୪(ସ୍ବ.ପ୍ର): କରୋନା ଭୂତାଣୁ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ ନିୟମ କଡାକଡି କରିଛନ୍ତି। ତେବେ ଏବେବି କଳାହାଣ୍ଡି ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଲୋକେ ଲକ୍‌ଡାଉନ ନିୟମ ମାନୁନାହାନ୍ତି। ପୋଲିସ ଆସିଲେ ଗଁ। ରାସ୍ତାର ବିଭିନ୍ନ ଛକ ଜନଶୂନ୍ୟ ହୋଇଯାଇଛି, ଗଲା ପରେ ପୁଣି ଲୋକାରଣ୍ୟ ହୋଇଯାଇଛି। କେତେକ ଅମାନିଆ ବ୍ୟକ୍ତି ରାସ୍ତାରେ ଭିଡ ଜମାଉଛନ୍ତି। ଜିଲାରେ ଜଣେ କରୋନା ରୋଗୀ ଚିହ୍ନଟ ହୋଇସାରିଥିବାବେଳେ ଲେକେ ଅମାନିଆ ହେବା ଚିନ୍ତାର କାରଣ ହୋଇଛି। ସେହିପରି କେତେକ ଗଁ।ରେ ଲୋକଦେଖାଣିଆଭାବେ ବାହାର ଲୋକଙ୍କୁ ଗ୍ରାମରେ ପ୍ରବେଶ ନ କରିବା ପାଇଁ ଗଛ ପକାଇ, ବାଡ ବାନ୍ଧି ରାସ୍ତା ଅବରୋଧ କରାଯାଇଛି। କିନ୍ତୁ ଗଁ। ଭିତରେ ଖୁଲମଖୁଲା ଭିଡ ଜମାଉଥିବା ଦେଖିବାକୁ ମିଳୁଛି। ଲକ୍‌ଡାଉନ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କ ବାଇକ ଜବତ କରୁଛି। ଏହାପରେ ମଧ୍ୟ ଅମାନିଆ ବ୍ୟକ୍ତି ସୁଧୁରୁ ନାହାନ୍ତି। ଅପରପକ୍ଷରେ ଲୋକଙ୍କୁ ଘରେ ରହିବା ପାଇଁ ରାଜ୍ୟ ଶକ୍ତି,ଶିଳ୍ପ,ଏମ୍‌ଏସଏମଇ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଓ ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ସୋସିଆଲ ମିଡିଆ ମାଧ୍ୟମରେ ବାର୍ତ୍ତ ଦେଇ ଲୋକଙ୍କୁ ସଚେତନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଲଗ୍ନ ହୋଇ ରାସ୍ତାରେ ଦୌଡ଼ିଲେ ଯୁବକ: ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚାଞ୍ଚଲ୍ୟ

ନାଗୌର,୧୭।୭: ରାଜସ୍ଥାନର ନାଗୌର ଜିଲାରେ ଜଣେ ଯୁବକ ଉଲଗ୍ନ ଅବସ୍ଥାରେ ରାସ୍ତାରେ ଦୌଡ଼ୁଥିବାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣାକୁ…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍‌ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ

ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri