ଗ୍ରାମାଞ୍ଚଳରେ ଶାନ୍ତି ବଜାୟ ପାଇଁ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୨୦ା୮-ସହରତଳି ଅଞ୍ଚଳକୁ ଅଭିଯୁକ୍ତମାନେ ଏବେ ତାଙ୍କର ଆଡ୍ଡାସ୍ଥଳୀଭାବେ ବାଛିଛନ୍ତି। ବିଭିନ୍ନ ଗ୍ରାମାଞ୍ଚଳରେ ଚୋରି, ଲୁଟ ଭଳି ଘଟଣା ଘଟାଉଛନ୍ତି। ପୋଲିସକୁ ଏ ଦିଗରେ କେତେକ ମାତ୍ରାରେ ସଫଳତା ମିଳିଛି। ଅନ୍ୟପଟେ କେତେକ ପେସାଦାର ଅପରାଧୀ ଏବେବି ବିଭିନ୍ନ ଅଞ୍ଚଳରେ ଆତଙ୍କ ଖେଳାଉଛନ୍ତି। ଏହି ଧାରାରେ ନରେନ୍ଦ୍ରପୁର, ଟାଟା କଲୋନୀ, ଶୀତଳାପଲ୍ଲୀ, ବଡ଼ଗୁମୁଳା ଓ ଲକ୍ଷ୍ମୀପୁର ଇତ୍ୟାଦି ଅଞ୍ଚଳରେ ଅଭିଯୁକ୍ତମାନେ ଏବେ ଗୁଣ୍ଡାରାଜ ଚଳାଇଛନ୍ତି। ଏମାନଙ୍କୁ ଗିରଫ କରିବା ସହ ଅଞ୍ଚଳରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ସୋମବାର ଉପରୋକ୍ତ ଗଁାଗୁଡିକର ଶତାଧିକ ମହିଳା ଓ ପୁରୁଷ ବ୍ରହ୍ମପୁର ଏସ୍‌ପିଙ୍କ ନିକଟରେ ପହଞ୍ଚିଥିଲେ। ସେଠାରେ ୫ ଖଣ୍ଡ ଗ୍ରାମରୁ ଆସିଥିବା ଲୋକମାନେ ଉକ୍ତ ଅଞ୍ଚଳରେ ରହୁଥିବା ଅପରାଧୀଙ୍କୁ ଗିରଫ କରିବାକୁ ନେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଉପରୋକ୍ତ ଗ୍ରାମବାସୀଙ୍କ ତରଫରୁ ଏକ ପ୍ରତିନିଧି ଦଳ ନରେନ୍ଦ୍ରପୁର ଗଁା କମିଟି ସଭାପତି ପୀତାମ୍ବର ସେଠୀ, ସମ୍ପାଦକ ନରେନ୍ଦ୍ର ନାୟକ, ଇ.ବିଜୟ, ରାଜୁ ଜେନା, ହର ସାହୁ, ପ୍ରସାଦ ରାଓ ଆଚାରୀ, ପ୍ରଫୁଲ୍ଲ ବେହେରା ଓ ଦେବରାଜ ମହାଙ୍କୁଡ ପ୍ରମୁଖ ଏସ୍‌ପି ପିନାକ ମିଶ୍ରଙ୍କ ନିକଟରେ ନିଜ ଅଞ୍ଚଳର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ସମ୍ପର୍କରେ ଗୁହାରି ଜଣାଇଥିଲେ। ପୋଲିସ ସଦାସର୍ବଦା ଲୋକଙ୍କ ସାଥୀରେ ଅଛି ଓ ରହିବ ବୋଲି ଏସ୍‌ପି ମିଶ୍ର କହିଥିଲେ। ଅପରାଧୀଙ୍କୁ ଆଦୌ ବରଦାସ୍ତ କରାଯିବ ନାହିଁ ା ଏହା ସହିତ ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ କାମ କରୁଛି ବୋଲି ସେ କହିଥିଲେ।
ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ନରେନ୍ଦ୍ରପୁର ଗ୍ରାମରେ ଘଟିଥିବା ଗଣ୍ଡଗୋଳକୁ ନେଇ ଚମାଖଣ୍ଡି ଥାନାରେ ଅଭିଯୋଗ ହେବା ପରେ ଥାନାରେ ମାମଲା ରୁଜୁ କରାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri