ଗ୍ରାମାଞ୍ଚଳରେ ସଚେତନତା ଜୋର୍‌ଦାର କରିବାକୁ ପରାମର୍ଶ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଜୋର୍‌ଦାର ପ୍ରୟାସ ଆରମ୍ଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ସରକାରୀ ଏବଂ ଘରୋଇ ସଂସ୍ଥା ମଧ୍ୟ ବନ୍ଦ କରାଗଲାଣି। ଏଭଳି ସ୍ଥିତିରେ ଜିଲା ଏବଂ ଗ୍ରାମାଞ୍ଚଳରେ ଅଧିକ ସଚେତନତା ଲାଗି ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ସହରାଞ୍ଚଳରେ ଲୋକମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ଦେଖିବାକୁ ମିଳିବାପରେ ଜିଲା ଏବଂ ଗ୍ରାମାଞ୍ଚଳ ଉପରେ ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀ ବିଶେଷ ଗୁରୁତ୍ୱାରୋପ କରିଛନ୍ତି। ଏହାସହ ଲୋକଙ୍କ ସୁବିଧା ଲାଗି ପଞ୍ଚାୟତଗୁଡ଼ିକ ପାଇଁ ୫ ଲକ୍ଷ ଟଙ୍କା ଲେଖା ଅନୁମୋଦନ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ତ୍ରିପାଠୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଭିଡିଓ କନଫରେନ୍ସିଂ(ଭିସି) ଜରିଆରେ ୩୦ଟି ଜିଲାର ଜିଲାପାଳ, ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ୩୧୪ ବ୍ଲକର ବିଡିଓମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଜିଲା ଏବଂ ଗ୍ରାମାଞ୍ଚଳରେ କରୋନା ସଚେତନତା ଜୋରଦାର କରିବାକୁ ପରାମର୍ଶ ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ତ୍ରିପାଠୀ କହିଛନ୍ତି ଯେ, ଲୋକମାନଙ୍କ ଭିତରେ ସଚେତନତା ଆସିଲେ କରୋନାକୁ ହରାଇବା ସହଜ ହୋଇପାରିବ। କରୋନା ସମ୍ପର୍କିତ ରାଜ୍ୟ ସରକାରଙ୍କ ବିଭିନ୍ନ ପରାମର୍ଶ, ନିର୍ଦ୍ଦେଶାବଳୀ ସମ୍ପର୍କରେ ଲୋକଙ୍କୁ ବ୍ୟାପକ ସଚେତନ କରିବାକୁ ୫-ଟି ସଚିବ ଭି-କାର୍ତ୍ତିକେୟନ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି। ଏହା ବ୍ୟତୀତ ହିତାଧିକାରୀଙ୍କୁ ୩ ମାସର ଆଗୁଆ ଭତ୍ତା, ପେନସନ୍‌ ଓ ରାଶନ ସାମଗ୍ରୀ ସହଜରେ ପ୍ରଦାନ କରାଯାଇପାରିବ ତା’ ଉପରେ ଗୁରୁତ୍ୱ ଦିଆଯାଇଛି। ଏହାଛଡ଼ା ଅଙ୍ଗନଓ୍ବାଡିରେ ପିଲାଙ୍କ ନିକଟରେ ଆଗୁଆ ଶୁଖିଲା ଖାଦ୍ୟ ପହଞ୍ଚାଇବା ଏବଂ ଏଏନ୍‌ଏମ୍‌ ଓ ଆଶାକର୍ମୀମାନଙ୍କ ପାଖରେ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ଔଷଧ ପହଞ୍ଚାଇବାକୁ ଅଧିକାରୀଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri