ଗ୍ରାମାଞ୍ଚଳରେ ୩୬୦, ସହରାଞ୍ଚଳରେ ୯ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର

ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱର ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୁଦ୍ଧା ଜିଲାର ୩୬୦ଟି ପଞ୍ଚାୟତରେ ୩୬୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୯୬୬୩ ଏବଂ ୪ଟି ସହରାଞ୍ଚଳରେ ୯ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୩୩୭ଟି ଶଯ୍ୟା ପ୍ରସ୍ତୁତ କରାଯାଇଛି। ସେହିପରି ପୌରାଞ୍ଚଳର ୪୪ଜଣ ପଞ୍ଜିକୃତ ଉଠାଦୋକାନୀଙ୍କୁ ୩ହଜାର ଟଙ୍କା ଲେଖାଏଁ ସହାୟତା, ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨,୫୮,୨୬୮ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନର ଶୁଖିଲା ଖାଦ୍ୟ କୁପନ ବଣ୍ଟନ, ଖାଦ୍ୟ ସୁରକ୍ଷା ଯୋଜନାରେ ୮,୯୬,୦୫୯ ପିଡ଼ିଏସ୍‌ ହିତାଧିକାରୀଙ୍କୁ ଏକକାଳୀନ ୩ମାସର ଖାଦ୍ୟ ସାମଗ୍ରୀ (ଚାଉଳ, ଗହମ) ବଣ୍ଟନ କରାଯାଇଛି। ଅନ୍ୟପକ୍ଷରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଦେଶରୁ ଆସିଥିବା ମୋଟ ୨୬୭ ଜଣଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିବା ବେଳେ ୧୨୦ଜଣଙ୍କୁ ହୋମ ଆଇସୋଲେଶନରେ ରଖାଯାଇଛି। ସେହିପରି ବିଭିନ୍ନ ରାଜ୍ୟରୁ ଜିଲାକୁ ଆସିଥିବା ମୋଟ ୧୭୮୪୪ ଜଣଙ୍କର ସ୍ବାସ୍ଥ୍ୟପରୀକ୍ଷା କରାଯାଇଛି। ରକ୍ତ ପରୀକ୍ଷା ନମୁନା କରୋନା ସଂକ୍ରମିତ ପଜେଟିଭ୍‌ ମିଳି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri