ଗ୍ରାମାଞ୍ଚଳରେ ୩୬୦, ସହରାଞ୍ଚଳରେ ୯ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର

ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱର ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୁଦ୍ଧା ଜିଲାର ୩୬୦ଟି ପଞ୍ଚାୟତରେ ୩୬୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୯୬୬୩ ଏବଂ ୪ଟି ସହରାଞ୍ଚଳରେ ୯ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ ୩୩୭ଟି ଶଯ୍ୟା ପ୍ରସ୍ତୁତ କରାଯାଇଛି। ସେହିପରି ପୌରାଞ୍ଚଳର ୪୪ଜଣ ପଞ୍ଜିକୃତ ଉଠାଦୋକାନୀଙ୍କୁ ୩ହଜାର ଟଙ୍କା ଲେଖାଏଁ ସହାୟତା, ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨,୫୮,୨୬୮ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନର ଶୁଖିଲା ଖାଦ୍ୟ କୁପନ ବଣ୍ଟନ, ଖାଦ୍ୟ ସୁରକ୍ଷା ଯୋଜନାରେ ୮,୯୬,୦୫୯ ପିଡ଼ିଏସ୍‌ ହିତାଧିକାରୀଙ୍କୁ ଏକକାଳୀନ ୩ମାସର ଖାଦ୍ୟ ସାମଗ୍ରୀ (ଚାଉଳ, ଗହମ) ବଣ୍ଟନ କରାଯାଇଛି। ଅନ୍ୟପକ୍ଷରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଦେଶରୁ ଆସିଥିବା ମୋଟ ୨୬୭ ଜଣଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିବା ବେଳେ ୧୨୦ଜଣଙ୍କୁ ହୋମ ଆଇସୋଲେଶନରେ ରଖାଯାଇଛି। ସେହିପରି ବିଭିନ୍ନ ରାଜ୍ୟରୁ ଜିଲାକୁ ଆସିଥିବା ମୋଟ ୧୭୮୪୪ ଜଣଙ୍କର ସ୍ବାସ୍ଥ୍ୟପରୀକ୍ଷା କରାଯାଇଛି। ରକ୍ତ ପରୀକ୍ଷା ନମୁନା କରୋନା ସଂକ୍ରମିତ ପଜେଟିଭ୍‌ ମିଳି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri