ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

\ଭଞ୍ଜନଗର,୧୦।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଧନଞ୍ଜୟପୁର ଓ ଜଗନ୍ନାଥ ପ୍ରସାଦ ବ୍ଲକ ପାଟରାପଲ୍ଲୀରେ ସୋମବାର ସନ୍ଧ୍ୟାରେ ୨ଟି ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି । ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ସେ କହିଥିଲେ, ଲୋକଙ୍କ ଘରକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦେବା ଯୋଜନା ଚାଲିଛି । ଆଗାମୀ ଦିନରେ ସମସ୍ତ ଘରକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ । ଏହିଭଳି ଭଞ୍ଜନଗର ଓ ଜଗନ୍ନାଥପ୍ରସାଦ ବ୍ଲକର କିଛି ଗ୍ରାମକୁ ପ୍ରଥମ ପର୍ଯ୍ୟାୟରେ ସାମିଲ କରାଯାଇଛି ବୋଲି ଆରୁଖ କହିଥିଲେ । ଉସତ୍ବରେ ଭଞ୍ଜନଗର ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଜଗନ୍ନାଥପ୍ରସାଦ ବ୍ଲକ ବିଜେଡି ସଭାପତି ମୋହନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।