ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନା ଦିଗହରା

ହାଟଡିହୀ, ୨୦। ୫(ଡି.ଏନ୍‌.ଏ.)- ଦିନକୁ ଦିନ ଖରା ତାତି ବଢ଼ୁଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି । ଏପରିସ୍ଥଳେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଅଧିକାଂଶ ଅଞ୍ଚଳରେ ପାନୀୟ ଜଳାଭାବ କଦେଖାଦେଇଛି। ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ଥାଇ ନ ଥିଲା ପରି ରହିଛି। ଜଳକ୍ଳିଷ୍ଟ ଅଞ୍ଚଳର ଅଚଳ ପ୍ରକଳ୍ପ ମରାମତି କରି ପାନୀୟଜଳ ଯୋଗାଣ ସକାଶେ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବା ପରିବର୍ତ୍ତେ ପଞ୍ଚାୟତ ଉପରେ ଦୋଷ ଲଦି ଦାୟିତ୍ୱ ଖସାଉଥିବାରୁ ଏ ନେଇ ଅଞ୍ଚଳବାସୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।
ହାଟଡିହୀ ବ୍ଲକର ୩୧ ପଞ୍ଚାୟତରେ ୨୯ଟି ଗ୍ରାମ୍ୟ ଜଳଯୋଗାଣ ଗୃହ ନିର୍ମାଣ ହୋଇ ୨୭ଟି ପଞ୍ଚାୟତକୁ ଜଳ ଯୋଗାଣ ହେଉଥିବା ବିଭାଗ ପକ୍ଷରୁ କୁହାଯାଉଛି। ୨ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରିନାହିଁ। କିନ୍ତୁ ଏସବୁ ଅଞ୍ଚଳର ବାସ୍ତବ ସ୍ଥିତି ସମ୍ପୂର୍ଣ୍ଣ ଅଲଗା ବୋଲି ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି। ଉପଯୁକ୍ତ ତଦାରଖ ଓ ରକ୍ଷଣାବେକ୍ଷଣ ଅଭାବରୁ ଅନେକ ସ୍ଥାନରେ ପାଇପ୍‌ ଓ ଷ୍ଟାଣ୍ଡପୋଷ୍ଟ ଭାଙ୍ଗିରୁଜି ଗଲାଣି। କେତେକ ସ୍ଥାନରେ ତଳମୁଣ୍ଡରେ ପାଣି ପହଞ୍ଚୁନାହିଁ । ଅଥଚ ସରକାରୀ ସ୍ତରରେ ପ୍ରକଳ୍ପ ଠିକ୍‌ଠାକ୍‌ ଚାଲିଥିବା ସଫେଇ ଦିଆଯାଉଛି। ସ୍ଥାନୀୟ ଡଅଁର ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି ଯେ,ଏଠାରେ ଲକ୍ଷାଧିକ ଟଙ୍କାରେ ପ୍ରକଳ୍ପ ନିର୍ମାଣ କରି ଗ୍ରାମର ପ୍ରତି ଘରକୁ ପାଇପ୍‌ ଜଳଯୋଗାଣ କରିବାକୁ ଲକ୍ଷ୍ୟ ରଖାଯାଇଥିଲା। ଏହାମଧ୍ୟରେ ଦୀର୍ଘବର୍ଷ ବିତିଯାଇଥିଲେ ମଧ୍ୟ ଲୋକଙ୍କୁ ପାଇପ୍‌ ପାଣି ମିଳିପାରୁନାହିଁ। ପ୍ରକଳ୍ପ ଲାଗି ତିଆରି ହୋଇଥିବା ଘର ଗୁହାଳଠାରୁ ହୀନହୋଇ ପଡିଛି। ଓରାଳିରେ ଥିବା ଜଳଯୋଗାଣ ପ୍ରକଳ୍ପରେ ନାନା ଅବ୍ୟବସ୍ଥା ଲାଗି ରହିଥିବାରୁ ଜଳଯୋଗାଣ ହୋଇପାରୁନାହିଁ। ଏହି ପ୍ରକଳ୍ପ ତିଆରି ବେଳେ ନିମ୍ନମାନର କାମକରି କାଗଜ କଲମରେ ଅନୁଦାନ ହଡ଼ପ କରାଯାଇଥିବାରୁ ଏଭଳି ସମସ୍ୟା ମୁଣ୍ଡ ଟେକିଛି। ଜିଲା ପ୍ରଶାସନ ଏ ସବୁର ଉଚ୍ଚସ୍ତରୀୟ ତଦନ୍ତ କରି ପାଇପ ଜଳଯୋଗାଣକୁ ସୁବ୍ୟବସ୍ଥିତ କରିବା ଲାଗି ଲୋକେ ଦାବି କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ଉତ୍ସବ ଜେନାଙ୍କୁ ପଚାରିବାରୁ କହିଛନ୍ତି, ଜଳ ଯୋଗାଣ କ୍ଷେତ୍ରରେ କୌଣସି ଅସୁବିଧା ଦେଖାଦେଲେ ତାହାର ମରାମତି ଦାୟିତ୍ୱ ସଂପୃକ୍ତ ପଞ୍ଚାୟତକୁ ଦିଆଯାଇଛି। ଏଥିଲାଗି ପଞ୍ଚାୟତକୁ ଅନୁଦାନ ମଧ୍ୟ ମିଳିଛି। ତେବେ ପ୍ରଶାସନ ସମସ୍ୟାକୁ ଅନୁଧ୍ୟାନ କରି ଦେଖିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri