ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରଶିକ୍ଷଣ କମିଟି ବୈଠକ: ‘କର୍ମଠ ହୁଅ, ବିପର୍ଯ୍ୟୟ ମୁକାବିଲା କର’

ଢେଙ୍କାନାଳ ଅଫିସ, ୨୦ା୭ – ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା କମିଟି ସଦସ୍ୟମାନେ ଉତ୍ସାହୀ, ଦକ୍ଷ, କର୍ମଠ ହେଲେ ପ୍ରାକୃତିକ ବିପତ୍ତିର ସଫଳ ମୁକାବିଲା କରାଯାଇପାରିବ। ସମସ୍ତେ ସଚେତନ ହୋଇ ସହଯୋଗିତା ଭିତ୍ତିରେ କାର୍ଯ୍ୟକଲେ ଧନଜୀବନର ସୁରକ୍ଷା କରାଯାଇପାରିବ ବୋଲି କହିଛନ୍ତି ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା। ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଆପତ୍‌କାଳୀନ ବିଭାଗ ପକ୍ଷରୁ ଶୁକ୍ରବାର ଆୟୋଜିତ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା-୨୦୧୯ ସମ୍ପର୍କିତ ଜିଲାସ୍ତରୀୟ ପ୍ରଶିକ୍ଷଣ ଏବଂ ପରାମର୍ଶ କମିଟି ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଏହା କହିଛନ୍ତି।
ବିପର୍ଯ୍ୟୟ ସମୟରେ ଗ୍ରାମାଞ୍ଚଳରେ ପ୍ରଭୂତ କ୍ଷତି ହେଉଛି। ଏହାକୁ ରୋକିବାକୁ ଆସନ୍ତା ୬ମାସ ମଧ୍ୟରେ ସମସ୍ତ ଯୋଜନା ସମ୍ପୂର୍ଣ୍ଣ କରାଯିବ। ପ୍ରାଥମିକ ପର୍ଯ୍ୟାୟରେ ଜିଲାର ୨୫୦ ଗ୍ରାମରେ ଏହା ଯୋଜନା କାର୍ଯ୍ୟ କରିବ। ପ୍ରତି ଗ୍ରାମରେ ୧୫ରୁ ୨୫ଜଣ ସଦସ୍ୟ ପ୍ରାକୃତିକ ବିପର୍ଯ୍ୟୟରେ ପ୍ରଭାବିତ ହେଉଥିବା ସମ୍ପଦକୁ ଦୃଷ୍ଟିରେ ରଖି ଯୋଜନା ପ୍ରସ୍ତୁତ କରିବେ, ଯଦ୍ଦ୍ବାରା କ୍ଷୟକ୍ଷତିକୁ ଯଥାସମ୍ଭବ ହ୍ରାସ କରାଯାଇପାରିବ। ଗ୍ରାମର ସର୍ବାଙ୍ଗୀନ ଉନ୍ନତି ପାଇଁ କମିଟି କର୍ମକର୍ତ୍ତା ଯତ୍ନବାନ ହେବେ। ଏହାଦ୍ୱାରା ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ହୋଇପାରିବ। ଏହାକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ୩ ସ୍ବେଚ୍ଛାସେବୀ ଅନୁଷ୍ଠାନକୁ ଚୟନ କରାଯାଇଛି। ୱାର୍ଡମେମ୍ବର, ଏସ୍‌ଏଚ୍‌ଜି ସଭ୍ୟ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ଯୁବ ସଙ୍ଗଠନ ସଦସ୍ୟ, ପୂର୍ବତନ ସରକାରୀ କର୍ମଚାରୀ, ପୋଲିସ ବିଭାଗର ଅବସରପ୍ରାପ୍ତ କର୍ମଚାରୀ, ଗ୍ରାମରକ୍ଷୀଙ୍କୁ କମିଟିରେ ସାମିଲ କରାଯିବ। ଉକ୍ତ କମିଟି ସରକାରଙ୍କ ଦ୍ୱାରା ନିରୂପିତ ୨୦ ପ୍ରକାରର ବିପର୍ଯ୍ୟୟ ପରିଚାଳନା ନିମନ୍ତେ ତ୍ରିସ୍ତରୀୟ ଖସଡ଼ା ପ୍ରସ୍ତୁତ କରିବା ସହ ଏହାକୁ ନିୟମିତ ତଦାରଖ କରିବେ। ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା କରିବାକୁ ଜିଲା ବିପର୍ଯ୍ୟୟ ପରିଚାଳନା କମିଟି, ବ୍ଲକ ଏବଂ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା କମିଟି ସମନ୍ବୟ ରଖି କାର୍ଯ୍ୟ କରିବେ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ଜିଲାରେ ସାପ କାମୁଡ଼ା ମୃତ୍ୟୁହାର ଅଧିକ ରହିଛି। ଏଥିପ୍ରତି ସଚେତନ ହେବା ଏବଂ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଚିକିତ୍ସା ସୁବିଧା ଉପଲବ୍ଧ କରାଇବା ନେଇ ଗୁରୁତ୍ୱାରୋପ କରାଯାଇଛି। ଠିକ୍‌ ସମୟରେ ବ୍ୟବଚ୍ଛେଦ ରିପୋର୍ଟ ପ୍ରଦାନ କଲେ ମୃତକଙ୍କ ପରିବାରକୁ ତୁରନ୍ତ କ୍ଷତିପୂରଣ ମିଳିପାରିବ। ଏ ଦିଗରେ ତହସିଲଦାରମାନେ ଯତ୍ନବାନ ହେବାକୁ ପରାମର୍ଶ ଦିଆଯାଇଛି। ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ବିଡିଓ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀମାନେ ସମାଧାନ କରିବା ଏବଂ ବାକି ପଡ଼ିଥିବା ଅଭିଯୋଗର ତୁରନ୍ତ ସମାଧାନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଡିପିଏମ୍‌ ନିମାଇଁ ଚରଣ ଦାସ ଯୋଜନାର ରୂପରେଖକୁ ପାୱାରପଏଣ୍ଟ ମାଧ୍ୟମରେ ଉପସ୍ଥାପନ କରିଥିଲେ। ପ୍ରାରମ୍ଭରେ ଜିଲା ଆପତ୍‌କାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର କାର୍ଯ୍ୟକ୍ରମର ବିବରଣୀ ପାଠ କରିଥିଲେ। ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଅତିରିକ୍ତ ଏସ୍‌ପି ହରେକୃଷ୍ଣ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ତହସିଲଦାର, ବିଡିଓ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ଓଡ୍ରାଫ ଟିମ୍‌ର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri