ଗ୍ରାମ ଜମିକୁ ନେଇ ବିବାଦ: ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ବନ୍ଦ କଲେ ତହସିଲଦାର

ଜଳେଶ୍ୱର, ୪।୬(ସ୍ବ.ପ୍ର.)-ବହୁ ବର୍ଷ ପୂର୍ବରୁ ସୁବର୍ଣ୍ଣରେଖା ନଦୀ କେଶପୁରା ଗ୍ରାମ ଦେଇ ବହିଯାଇଥିଲା। ନଦୀ ଗତିପଥ ବଦଳାଇ ଥିବାରୁ ପୁରୁଣା ସ୍ଥାନରେ ପାଇକସିଦା ଓ କେଶପୁରା ଗ୍ରାମ୍ୟ କମିଟି ପକ୍ଷରୁ ଖନନ ହେଉଥିବା ୨ଟି ପୋଖରୀକୁ ନେଇ ବିବାଦ ଦେଖାଦେଇଛି। ନଦୀର ପରିତ୍ୟକ୍ତ ସ୍ଥାନରେ ପାଇକସିଦା ପଞ୍ଚାୟତ ପକ୍ଷରୁ ଏମ୍‌ଜିଏନ୍‌ଆର୍‌ଇଏସ୍‌ରେ ଏକ ବଡ଼ ପୋଖରୀ ଖୋଳା ଚାଲିଥିଲା। ଜବ୍‌କାର୍ଡ଼ରେ ଥିବା ବହୁ ବ୍ୟକ୍ତି ଗୁରୁବାର ସେଠାରେ ପୋଖରୀ ଖୋଳା କାର୍ଯ୍ୟରେ ବ୍ୟସ୍ତ ଥିବା ବେଳେ ଉକ୍ତ ସ୍ଥାନ ଚୋରମରା ଗାଁର କେତେଜଣ ବ୍ୟକ୍ତିଙ୍କର ବୋଲି ସେମାନେ ଜଳେଶ୍ୱର ତହସିଲରେ ଅଭିଯୋଗ କରିଥିବାରୁ ଘଟଣାସ୍ଥଳରେ ତହସିଲଦାର କ୍ଷୀରୋଦ କୁମାର ପଣ୍ଡା ପହଞ୍ଚିଥିଲେ। ଉପସ୍ଥିତ ଜିଆର୍‌ଏସ୍‌, ଗ୍ରାମ୍ୟସାଥି ଓ ପଞ୍ଚାୟତ ଅଧିକାରୀମାନଙ୍କୁ ବିବାଦୀୟ ସ୍ଥାନରେ ପୋଖରୀ ନ ଖୋଳିବାକୁ ପରାମର୍ଶ ଦେଇ ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ବିଡିଓ ଓ ଆର୍‌ଆଇଙ୍କ ଉପସ୍ଥିତିରେ ମାପ କରାଯାଇ କାର୍ଯ୍ୟ ଆରମ୍ଭ ହେବ ବୋଲି କହିଥିଲେ। ସେହିପରି କେଶପୁରଠାରେ ସ୍ଥାନୀୟ ମତ୍ସ୍ୟଜୀବୀମାନଙ୍କ ପକ୍ଷରୁ ଏକ ସଂଘ ଗଠନ କରି ମତ୍ସ୍ୟବିଭାଗରୁ ପାଇଥିବା ୭୦ହଜାର ଟଙ୍କାରେ ପୋଖରୀ ଖନନ ହେଉଥିବା ବେଳେ ଜେସିବିକୁ ତହସିଲଦାର ଜବତ କରିଥିଲେ। ଆସନ୍ତା ଦିନରେ ଜମି ମପାଯିବା ପରେ ଖନନ କାର୍ଯ୍ୟ ହେବ ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri