ଗ୍ରାହକଙ୍କୁ ଦେଲାନି ଜିଏସ୍‌ଟି ଫାଇଦା;ପି ଆଣ୍ଡ ଜି ଖାଇଗଲା ୨୫୦ କୋଟି

ନୂଆଦିଲ୍ଲୀ,୨୪-୪: ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ଅଧୀନରେ ଗ୍ରାହକଙ୍କୁ ଫାଇଦା ନ ଦେଇ ଆମେରିକାର ମଲ୍ଟି ନ୍ୟାଶନାଲ ଏଫ୍‌ଏମ୍‌ସିଜିି କମ୍ପାନୀ ପ୍ରକ୍ଟର ଆଣ୍ଡ ଗ୍ୟାମ୍ବଲ(ପି ଆଣ୍ଡ ଜି) ୨୫୦ କୋଟି ଟଙ୍କା ଚଳୁ କରିଦେଇଛି ବୋଲି ଜିଏସ୍‌ଟି ଲାଭ ଯାଞ୍ଚ କରୁଥିବା ଏଜେନ୍ସି ଧରିଛି। ଆର୍ଥିକ ବ୍ୟାପାର ଷ୍ଟାଣ୍ଡିଂ କମିଟି ନିକଟରେ ଏ ସଂକ୍ରାନ୍ତରେ ଏକ ଅଭିଯୋଗ ଆସିବା ପରେ ଡାଇରେକ୍ଟୋରେଟ ଜେନେରାଲ ଅଫ୍‌ ଆଣ୍ଟି ପ୍ରଫିଟିୟରିଂ(ଡିଜିଏପି) ପି ଆଣ୍ଡ ଜିର ୨୦୧୭ ନଭେମ୍ବର ୧୫ ପୂର୍ବ ଏବଂ ପର ଆକାଉଣ୍ଟ ଯାଞ୍ଚ ଆରମ୍ଭ କରିଥିଲା। ଜିଏସ୍‌ଟି କାଉନସିଲର ନିଷ୍ପତ୍ତି ସତ୍ତ୍ୱେ ଏହି କଞ୍ଜ୍ୟୁମର ଗୁଡ୍ସ ମାନୁଫାକଚରିଂ କମ୍ପାନୀ କେତେକ ସାମଗ୍ରୀର ଦରକୁ ୨୮ରୁ ୧୮%କୁ ହ୍ରାସ କରି ନଥିଲା ବୋଲି ଜଣାପଡିଛି। ଡିଜିଏପି ରିପୋର୍ଟରେ ପି ଆଣ୍ଡ ଜି ୨୫୦ କୋଟି ଟଙ୍କା ଫାଇଦା ପାଇଛି ବୋଲି ଦର୍ଶାଯାଇଛି।  କମ୍ପାନୀର ମତାମତ ନେବା ପରେ ନ୍ୟାଶନାଲ ଆଣ୍ଟି ପ୍ରଫିଟିୟରିଂ ଅଥରିଟି(ଏନ୍‌ଏଏ) ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ରାୟ ଶୁଣାଇବେ। ସୂଚନାଥାଉ କି, ପି ଆଣ୍ଡ ଜି ଓ୍ବାଶିଂ ପାଉଡର, ଶାମ୍ପୁ, ଟୁଥ୍‌ବ୍ରଶ ଭଳି ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ନିର୍ମାଣ କରିଥାଏ। ଜିଏସ୍‌ଟି କାଉନସିଲ  ୨୦୧୭ ନଭେମ୍ବର ୧୫ରେ ବୈଠକରେ ବସି ୧୭୮ ସାମଗ୍ରୀର ଜିଏସ୍‌ଟି ଦର ହ୍ରାସ କରିଥିଲେ। ଓ୍ବାଶିଂ ପାଉଡର, ଶାମ୍ପୁ ଏବଂ ଦାନ୍ତ ସମ୍ପର୍କିତ ବିଭିନ୍ନ ସାମଗ୍ରୀର ଜିଏସ୍‌ଟି ହାରକୁ ୨୮ରୁ ୧୮ ପ୍ରତିଶତକୁ ହ୍ରାସ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri