ଗ୍ରାହକଙ୍କ ଜମାଖାତାରୁ ୬୬,୮୧୩ ଟଙ୍କା ଗାଏବ

ବନ୍ତ, ୪।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖାରୁ ଜଣେ ଗ୍ରାହକଙ୍କର ୬୬ ହଜାର ୮୧୩ ଟଙ୍କା ଉଭାନ ହେବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ଗ୍ରାହକ ହେଲେ ଟିଲୋ ଦେବତାଗଢିଆ ଗ୍ରାମର କ୍ଷେତ୍ରବାସୀ ରଣା। ସେ ଏ ନେଇ ବ୍ୟାଙ୍କ ଶାଖା ପରିଚାଳକଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ବିଧିବଦ୍ଧ ତଦନ୍ତ କରାଯାଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ତାଙ୍କ ଜମାଖାତାରୁ ଗାଏବ ହୋଇଥିବା ଟଙ୍କା ଫେରସ୍ତ ପାଇଁ ସେ ଦାବି କରିଛନ୍ତି।
କ୍ଷେତ୍ରବାସୀ ଅଭିଯୋଗ କରିଛନ୍ତି ଯେ, ତାଙ୍କର ଉକ୍ତ ବ୍ୟାଙ୍କ ଜମାଖାତାରେ ୬୬ ହଜାର ୮୧୩ ଟଙ୍କା ଥିଲା। ସେ ଡାକ୍ତରୀ ଚିକିତ୍ସା ପାଇଁ ଗୁରୁବାର ସମ୍ପୃକ୍ତ ବ୍ୟାଙ୍କକୁ ଯାଇ ଟଙ୍କା ଉଠାଇବାକୁ ଆବେଦନ କରିଥିଲେ। ବ୍ୟାଙ୍କର ଶାଖା କର୍ମଚାରୀ ତାଙ୍କ ଜମାଖାତା ଦେଖି ଆକାଉଣ୍ଟରୁ ସବୁ ଟଙ୍କା ଏଟିଏମ୍‌ କାର୍ଡ ସହାୟତାରେ ଉଠାଇ ନିଆଯାଇଥିବା କହିଥିଲେ। କ୍ଷେତ୍ରବାସୀ କୌଣସ ଏଟିଏମ୍‌ କାର୍ଡ ପାଇ ନ ଥିବାବେଳେ କିପରି ତାଙ୍କ ଜମାଖାତାରୁ ଏଟିଏମ୍‌ ସହାୟତାରେ ଟଙ୍କା ଉଠାଣ ହେଲା ତାହା ତାଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପୂର୍ବରୁ ସମ୍ପୃକ୍ତ ବ୍ୟାଙ୍କରେ ବହୁ ଗ୍ରାହକଙ୍କ ନିକଟକୁ ଡାକ ଯୋଗେ ଏଟିଏମ୍‌ କାର୍ଡ ପଠାଯାଉଥିବାବେଳେ ସେ କୌଣସି ଏଟିଏମ୍‌ କାର୍ଡ ପାଇ ନ ଥିବା କହିଛନ୍ତି। ଉକ୍ତ ବ୍ୟାଙ୍କରୁ ତାଙ୍କ ନାମରେ ଏଟିଏମ୍‌ ଯାଇଛି କି ନାହିଁ, ଯଦି ଯାଇଛି ତେବେ କିଏ ନେଇଛନ୍ତି ନା ବ୍ୟାଙ୍କ ଶାଖାର କୌଣସି କର୍ମଚାରୀ ଏଭଳି କରିଛନ୍ତି ତଦନ୍ତ କଲେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ସେ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ୟାଙ୍କ ଶାଖା ପରିଚାଳକ ରାମନାରାୟଣ ମହାନ୍ତିଙ୍କୁ ପଚାରିବାରୁ ଘଟଣାର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri