ଗ୍ରାହକଙ୍କ ପସନ୍ଦ ଚକୁଳି ପିଠା

ବଅଁରପାଳ,୧୩।୭(ଡି.ଏନ.ଏ.)- ସକାଳ ହେଉ କି ସନ୍ଧ୍ୟା, ତାଙ୍କ ହାତ ତିଆରି ଚକୁଳି ପିଠା ଖାଇବାକୁ ଦୋକାନରେ ବଢ଼ୁଛି ଭିଡ଼। ମସଲା ଦୋସା ପାଇଁ ଗ୍ରାହକଙ୍କଠାରୁ ମିଳୁଛି ବହୁ ଅର୍ଡର। ଗ୍ରାହକଙ୍କୁ ସନ୍ତୁଷ୍ଟ କରିପାରୁଥିବାରୁ ଦୋକାନ ମାଲିକ ମଧ୍ୟ ତାଙ୍କ ଉପରେ ଖୁସି ଅଛନ୍ତି। ଭଲ ଦରମା ବି ଦେଉଛନ୍ତି। ଫଳରେ ସ୍ତ୍ରୀ ଓ ଦୁଇ ପୁଅଙ୍କୁ ନେଇ ତେଲ ଲୁଣର ସଂସାର ଚଳାଇବାରେ କିଛି ଅସୁବିଧା ହେଉନି ବୋଲି କହିଛନ୍ତି ନାଲ୍‌କୋ ସେଣ୍ଟ୍ରାଲ ମାର୍କେଟ ପାଖ ଏକ ଜଳଖିଆ ଦୋକାନର ମିସ୍ତ୍ରି ରୋହିତ କୁମାର ବାରିକ (୫୩)।
ଢେଙ୍କାନାଳ ଜିଲା ଯୋରନ୍ଦା ଅଞ୍ଚଳର ରୋହିତଙ୍କ କହିବା ଅନୁଯାୟୀ, ଗଁା ସ୍କୁଲରେ ସେ ଷଷ୍ଠ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିଛନ୍ତି। ଆର୍ଥିକ ଅଭାବ ଯୋଗୁ ପାଠ ଛାଡ଼ିବା ପରେ ସେ ରୋଜଗାର ଆଶାରେ ଭୁବନେଶ୍ୱରକୁ ଚାଲି ଯାଇଥିଲେ। ସେଠାରେ ଏକ ହୋଟେଲରେ ଅଇଁଠା ବାସନ ମାଜୁଥିଲେ। ପରେ କଟକ, ଢେଙ୍କାନାଳ, ଗୋବିନ୍ଦପୁର, ତାଳଚେର ଅଞ୍ଚଳର ବିଭିନ୍ନ ହୋଟେଲ ଓ ଜଳଖିଆ ଦୋକାନରେ କାମ କଲେ। ଧୀରେ ଧୀରେ ଜଳଖିଆ ଓ ମିଠା ପ୍ରସ୍ତୁତ କରିବା ଶିଖିଲେ। ଏବେ ନାଲ୍‌କୋ ଅଞ୍ଚଳର ଏକ ହୋଟେଲରେ ମିସ୍ତ୍ରି ଭାବେ କାମ କରୁଛନ୍ତି। ସ୍ବାଦିଷ୍ଟ ଚକୁଳି ଓ ଦୋସା ପ୍ରସ୍ତୁତ କରିପାରୁ ଥିବାରୁ ସମସ୍ତଙ୍କ ନିକଟରେ ସେ ପରିଚିତ ହୋଇପାରିଛନ୍ତି। ଗ୍ରାହକଙ୍କ ମନ ମୁତାବକ ଖାଦ୍ୟ ପସ୍ତୁତ କରି ସେ ମାଲିକଙ୍କ ପ୍ରିୟପାତ୍ର ହୋଇଛନ୍ତି। ଦୈନିକ ସକାଳେ ଓ ସନ୍ଧ୍ୟାରେ ତାଙ୍କ ହାତ ତିଆରି ଚକୁଳି ଓ ଦୋସା ସହ ସମ୍ବର, ଚଟଣି ଖାଇବାକୁ ଗ୍ରାହକଙ୍କ ଭିଡ଼ ହେଉଥିବାରୁ ଏହା ତାଙ୍କୁ ସନ୍ତୋଷ ଦେଉଥିବା ରୋହିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri