Posted inଖେଳ

ଗ୍ରୀକ ରେଫରିଙ୍କ ଘର ଉପରେ ଦ୍ୱିତୀୟ ଆକ୍ରମଣ

ଏଥେନ୍ସ,୪ା୧(ଏଏଫ୍‌ପି)- ଗ୍ରୀକ ରେଫରିଙ୍କ ଘରେ ଶୁକ୍ରବାର ପୁଣି ଥରେ ଆକ୍ରମଣ ହୋଇଛି। ଦୁଇ ସପ୍ତାହ ମଧ୍ୟରେ ଏହା ଦ୍ୱିତୀୟ ଘଟଣା। ଏଣୁ ଫୁଟବଲ ମ୍ୟାଚ୍‌ ଅଫିସିଆଲଙ୍କ ବିକ୍ଷୋଭର ସମ୍ଭାବନା ସୃଷ୍ଟି ପାଇଛି। ଆକ୍ରମଣରେ ଘରର ପ୍ରବେଶ ଦ୍ୱାର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ପୂର୍ବରୁ ଡିସେମ୍ବର ୨୨ ତାରିଖରେ ଆଞ୍ଜେଲୋ ଇଭାନଗେଲୁଙ୍କ ଘରେ ଆକ୍ରମଣ ହୋଇଥିଲା। ସେହିଦିନ ଭୋଲୋସ ଓ ଅଲିମ୍ପିଆକ୍‌ସ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଶେଷ ହୋଇଥିଲା। ମ୍ୟାଚ୍‌ରେ ଅଲିମ୍ପିଆକ୍‌ସ ପକ୍ଷରୁ ଗୋଲ ଦିଆଯାଇଥିଲା। କିନ୍ତୁ ଭିଡିଓ ଆସିଟାଣ୍ଟ ଦାୟିତ୍ୱରେ ଥିବା ଆଞ୍ଜେଲୋ ଗୋଲ ପ୍ରତ୍ୟାଖ୍ୟାନ କରିଦେଇଥିଲେ। ଏହାପରେ ଏକ ପେନାଲ୍ଟି ଅପିଲକୁ ମଧ୍ୟ ଖାରଜ କରି ଦିଆଯାଇଥିଲା। ମ୍ୟାଚର ଫଳାଫଳ ଯୋଗୁ ଅଲିମ୍ପିଆକ୍‌ସ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନକୁ ଖସିଥିଲା। ମ୍ୟାଚ୍‌ ପରେ ୫ ଅଫିସିଆଲଙ୍କ ନାମରେ ଜାଣିଶୁଣି ପରିଚାଳନାରେ ତ୍ରୁଟି କରିଥିବା ଗ୍ରୀକ ଚାମ୍ପିୟନ ଅଭିଯୋଗ ଦାଖଲ କରିଥିଲେ। ଏପରି କି ସେମାନେ ୟୁଫା ଓ ଫିଫାର ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରଥମ ଆକ୍ରମଣ ପରେ ଲିଗ୍‌ ଅଫିସିଆଲ ଷ୍ଟ୍ରାଇକ କରିଥିଲେ। କିନ୍ତୁ ସଦ୍ୟ ଆକ୍ରମଣ ପରେ ଅଫିସିଆଲଙ୍କ ସହ ଯୋଗାଯୋଗ ହୋଇପାରି ନାହିଁ। ଅଲିମ୍ପିଆକସ ଏବେ ଟେବୁଲ ଶୀର୍ଷରେ ଥିବା ଥେସାଲୋନିକିଠାରୁ ୨ ପଏଣ୍ଟ ପଛରେ ରହିଛି। ଉକ୍ତ ଘଟଣାର ସରକାର ତଦନ୍ତ ଦାୟିତ୍ୱ ହାତକୁ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri