ଗ୍ରୀନ୍‌ ଜୋନ୍‌ରେ ଗଞ୍ଜାମ, ଏଣୁ ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ ହେବ: ଜିଲାପାଳ

ଛତ୍ରପୁର, ୨।୫(ଡି.ଏନ୍‌.ଏ.)- କରୋନା ମୁକାବିଲାକୁ ନେଇ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧିକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି । ତେବେ ଏହି ସମୟରେ ଗ୍ରୀନ, ଅରେଞ୍ଜ, ରେଡ ଜୋନ୍‌ ପାଇଁ ଗାଇଡଲାଇନ୍‌ ଅଲଗା ରହିଛି। ଗ୍ରୀନ ଜୋନ୍‌ ପାଇଁ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନରେ କେତେକ କୋହଳ କରାଯାଇଛି। ଗଞ୍ଜାମ ଜ଼ିଲା ଗ୍ରୀନ ଜୋନରେ ରହିଥିବାରୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ମୁତାବକ ତଥା ଜାରି ହୋଇଥିବା ଗାଇଡଲାଇନର ସମସ୍ତ ନିୟମଲାଗୁ ହେବ ବୋଲି ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଗ୍ରୀନ ଜୋନ୍‌ର ପ୍ରତିଟି ନିୟମକୁ ବଳବତ୍ତର ରଖାଯାଇଛି। ତେବେ ଏସବୁ ସତ୍ତ୍ୱେ ସାମାଜିକ ଦୂରତ୍ୱ ବାଧ୍ୟତାମୂଳକ ବୋଲି ଜିଲ୍ଲାପାଳ କହିଛନ୍ତି । ଯେଉଁଠି ଏହା ନ ଥିବ ଉକ୍ତ ଦୋକାନ ଓ ସୁବିଧା ବନ୍ଦ କରିଦିଆଯିବ। ସରକାରଙ୍କ ଗାଇଡଲାଇନ ଅନୁସାରେ କଣ ଖୋଲା ରହିବ ଓ କଣ ବନ୍ଦ ରହିବ ତାହା କାର୍ଯ୍ୟକାରୀ ହେବା ପୂର୍ବରୁ ଥିବା ସକାଳ ୭ ଟା ରୁ ୧୨ ଦୋକାନ ଖୋଲିବା ନିୟମକୁ ବାତିଲ କରାଯାଇଥିବା ଜିଲାପାଳ କହିଛନ୍ତି।

କେନ୍ଦ୍ର ସରକାରଙ୍କ ନୂଆ ଗାଇଡଲାଇନ ଅନୁସାରେ ସକାଳ ୭ ରୁ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ଦୋକାନ ଖୋଲାରହିବ। ତେବେ ମଦ, ପାନ ଦୋକାନ ଖୋଲିବ କି ନାହିଁ ପଚାରିବାରୁ ଗାଇଡଲାଇନ ପ୍ରସ୍ତୁତ ହେବ ବୋଲି ଜ଼ିଲାପାଳ କହିଛନ୍ତି। ମନ୍ଦିର, ମସଜିଦ, ଚର୍ଚ୍ଚ ଆଦି ଧର୍ମାନୁଷ୍ଠାନ ଓ ମାଙ୍ଗଳିକ କାର୍ଯ୍ୟକ୍ରମ ଉପରେ କଟକଣା ପୂର୍ବଭଳି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri