ଗ୍ରୀନ ଇଣ୍ଡିଆ ଚିଟ୍‌ଫଣ୍ଡ ସଂସ୍ଥା ଏମ୍‌ଡି ଗିରଫ

ବ୍ରହ୍ମପୁର ଅଫିସ,୨୫ା୧-ଛତିଶଗଡ଼ ପୋଲିସର ଏକ ୬ ଜଣିଆ ଟିମ ବ୍ରହ୍ମପୁର ପୋଲିସ ସହାୟତାରେ ଶୁକ୍ରବାର ବ୍ରହ୍ମପୁରରେ ଚଢ଼ାଉ କରି ଗ୍ରୀନ ଇଣ୍ଡିଆ ଚିଟ୍‌ଫଣ୍ଡ ସଂସ୍ଥାର ଅନ୍ୟତମ ଏମ୍‌ଡି ଜିତେନ୍ଦ୍ର ମିଶ୍ରଙ୍କୁ ଗିରଫ କରିଛି। ତାଙ୍କୁ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ସିଜେଏମ୍‌)ଙ୍କ କୋର୍ଟରେ ହାଜର କରାଯାଇଥିଲା। ସିଜେଏମ ଦାୟିତ୍ୱରେ ଥିବା ସିଭିଲ ରେଜିଷ୍ଟ୍ରାର ଅମିତ ସ୍ବରୂପ ସେଠ୍‌ ଅଭିଯୁକ୍ତଙ୍କୁ ଦୁଇଦିନିଆ ରିମାଣ୍ଡରେ ନେବା ପାଇଁ ଛତିଶଗଡ଼ ପୋଲିସକୁ ଅନୁମତି ଦେଇଛନ୍ତି। ଛତିଶଗଡ଼ ରାଜ୍ୟ ଚେରିମେରି ଥାନା ଇଲାକାରେ ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ସଂସ୍ଥା ଲୋକଙ୍କ ଠାରୁ ଟଙ୍କା ଠକେଇ କରିଥିବା ନେଇ ୨୦୧୬ ମାର୍ଚ୍ଚ ୫ରେ ଅଭିଯୋଗ ହୋଇଥିଲା। ଏ ନେଇ ଚେରିମେରି ଥାନା ଥାନାରେ ମାମଲା ନଂ. ୭୯/୧୬ ରୁଜୁ ହୋଇଥିଲା। ସେବେଠାରୁ ସଂସ୍ଥାର ଏମଡି ଜିତେନ୍ଦ୍ରଙ୍କୁ ପୋଲିସ ଖୋଜୁଥିଲା। ବଡ଼ବଜାର ଥାନା ଅନ୍ତର୍ଗତ ପାଣିଗ୍ରାହୀପେଣ୍ଠ ଗଣପତି ନଗରରେ ଜିତେନ୍ଦ୍ର ଲୁଚି ରହୁଥିବା ସୂଚନା ମିଳିଥିଲା। ତେଣୁ ଛତିଶଗଡ଼ ପୋଲିସ ଗୁରୁବାର ଠାରୁ ବ୍ରହ୍ମପୁରରେ ଡ଼େରା ପକାଇଥିଲା। ବ୍ରହ୍ମପୁର ଟାଉନ ଥାନା ପୋଲିସ ସହାୟତାରେ ଚଢ଼ାଉ କରାଯାଇ ଜିତେନ୍ଦ୍ରଙ୍କୁ ଗିରଫ କରାଯାଇଛି। ଛତିଶଗଡ଼ର ଡିଏସ୍‌ପି କରିନା କୁମାର ୱାଇ, ଇନ୍ସପେକ୍ଟର ଅଭିଳାଶ ଦୁବେଙ୍କ ନେତୃତ୍ୱରେ ୬ ଜଣିଆ ଟିମ ଶୁକ୍ରବାର ବ୍ରହ୍ମପୁର ଆସି ଜିତେନ୍ଦ୍ରଙ୍କୁ ଛତିଶଗଡ଼ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?