ଗ୍ରୀନ ଏନର୍ଜି କରିଡରକୁ ଅନୁମୋଦନ କରୁନି କେନ୍ଦ୍ର

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ପାରମ୍ପରିକ ଶକ୍ତି ଉତ୍ସର ଭବିଷ୍ୟତ ବେଳକୁ ବେଳ ଅନିଶ୍ଚିତତା ଆଡକୁ ଗତି କରୁଥିବା ବେଳେ ରାଜ୍ୟ ସରକାର ଅଣପାରମ୍ପରିକ ଶକ୍ତି ଉତ୍ସଗୁଡିକର ବିନିଯୋଗ ଦିଗରେ ପଦକ୍ଷେପ ଆରମ୍ଭ କରିଛନ୍ତି। ରାଜ୍ୟ ସରକାର ୨୦୨୨ ବେଳକୁ ରାଜ୍ୟରେ ୨୨୦୦ ମେଗାଓ୍ବାଟ ସୌରଶକ୍ତି ପ୍ରକଳ୍ପ ସ୍ଥାପନ କରିବାକୁ ଯୋଜନା କରିଛନ୍ତି। ଏଥିପାଇଁ ହେବାକୁ ଥିବା ସବୁଜ ଶକ୍ତି କରିଡର(ଜିଇସି)କୁ କେନ୍ଦ୍ର ସରକାର ଅନୁମତି ଦେଉ ନାହାନ୍ତି। ଫଳରେ ଏହି ଶକ୍ତି ପ୍ରକଳ୍ପର ଭବିଷ୍ୟତ ଅନ୍ଧକାର ଭିତରକୁ ଚାଲିଯାଇଛି । ଓଡିଶା ପାଓ୍ବାର ଟ୍ରାନ୍ସମିଶନ କର୍ପୋରେଶନ ଲିମିଟେଡ(ଓପିଟିସିଏଲ) ସୌରଶକ୍ତିରୁ ୨୮୦ ମେଗାଓ୍ବାଟ ଶକ୍ତି ନେବାକୁ ଯୋଜନା ପ୍ରସ୍ତୁତ କରିଛି। ଅନ୍ୟପକ୍ଷରେ ଅଲଟ୍ରା ମେଗା ସୋଲାର ପାଓ୍ବାର ପାର୍କ ଯୋଜନାରେ ୧୦୦୦ ମେଗାଓ୍ବାଟ ସୋଲାର ପାର୍କକୁ ନୂତନ ଓ ଅଣପାରମ୍ପରିକ ଶକ୍ତି ମନ୍ତ୍ରଣାଳୟ ଅନୁମତି ଦେଇଥିଲା। ଏହି ପାର୍କ ଓଡିଶା ସବୁଜ ଶକ୍ତି ବିକାଶ କର୍ପୋରେଶନ ଲିମିଟେଡ(ଜେଡକଲ) ଜରିଆରେ କାର୍ଯ୍ୟକାରୀ କରାଯାଇ ଥାଆନ୍ତା। ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୩୧୩.୮୦ କୋଟି ଟଙ୍କାର ଏକ ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ(ଡିପିଆର) ପ୍ରସ୍ତୁତ କରିଥିଲେ। ନିଲଡୁଙ୍ଗୁରିଠାରେ ୨୨୫ ଏବଂ ମନମୁଣ୍ଡାଠାରେ ୫୫ ମେଗାଓ୍ବାଟ ସୌରଶକ୍ତି ପ୍ରକଳ୍ପ କରାଯାଇ ଥାଆନ୍ତା। ଏହି ଡିପିଆରକୁ ସେଣ୍ଟ୍ରାଲ ଇଲେକ୍ଟ୍ରିିସିଟି ଅଥରିଟି(ସିଇଏ)ର ଅନୁମୋଦନ ପାଇଁ ପଠାଯାଇଥିଲା। ଡିପିଆରକୁ ସିଇଏ ପରୀକ୍ଷାନିରୀକ୍ଷା କରିବା ପରେ ଅନୁମୋଦନ କରିଥିଲା। ଓପିଟିସିଏଲ ପକ୍ଷରୁ ଏ ନେଇ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ କରାଯାଇଛି। ଏହି ପ୍ରକଳ୍ପ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ଓପିଟିସିଏଲ ଏଥିପାଇଁ ୫୦ ପ୍ରତିଶତ ଅର୍ଥ ନ୍ୟାଶନାଲ କ୍ଲିନ ଏନର୍ଜୀ ଫଣ୍ଡ(ଏନସିଇଏଫ)ରୁ ଦେବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲା। ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ ନ କରି ଗ୍ରୀନ ଏନର୍ଜୀ କରିଡର-୨ ସ୍କିମ କେନ୍ଦ୍ର ସରକାରଙ୍କ ଦ୍ୱାରା ଅନୁମୋଦନ ହୋଇ ନ ଥିବା ଜଣାଇ ଦିଆଯାଇଛି। ତେବେ ନିଲଡୁଙ୍ଗୁରୀ ଏବଂ ମନମୁଣ୍ଡାଠାରେ ହେବାକୁ ଥିବା ପ୍ରସ୍ତାବିତ ପ୍ରକଳ୍ପ ପାଇଁ ୪୦ ପ୍ରତିଶତ ଅର୍ଥ କେନ୍ଦ୍ର ନ ଦେଲେ ତାହା କାର୍ଯ୍ୟକାରୀ ହେବା ସମ୍ଭବ ନୁହେଁ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

ଆସିଲା କଡ଼ା ନିୟମ: ସୋସିଆଲ ମିଡିଆକୁ ମନଇଚ୍ଛା କରିପାରିବେନି ବ୍ୟବହାର, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୧୧ା୧୦: ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ ଆଣିଛି ନ୍ୟାଶନାଲ ମେଡିକାଲ କମିଶନ(NMC)। ଏନ୍‌ଏମ୍‌ସି ଦ୍ୱାରା ଜାରି ହୋଇଥିବା କଡ଼ା ନିୟମ ଅନୁଯାୟୀ, ଦେଶର ଡାକ୍ତର…

କିଏ ସେହି ଖେଳାଳି ଯାହାଙ୍କୁ ନେଇ ବୀରେନ୍ଦ୍ର ସେହୱାଗ କହିଲେ ଏତେ ବଡ଼ କଥା; ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟରେ ଏପରି କେତେଜଣ ବ୍ୟାଟର ଅଛନ୍ତି ଯେଉଁମାନେ ପଡ଼ିଆରେ ପାଦ ଦେବା ମାତ୍ରେ ବୋଲରଙ୍କୁ ଚ୍ୟାଲେଞ୍ଜ ଦେବା ଆରମ୍ଭ କରନ୍ତି। ନିଜର ସମ୍ପୂର୍ଣ୍ଣ କ୍ୟାରିୟର…

‘ମୋତେ ଗିରଫ ନୁହେଁ ଅପହରଣ କରାଯାଇଥିଲା…’ ମୁକୁଳିବା ପରେ ପାର୍ସପୋର୍ଟ ଦେଖାଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ: ‘କକ୍ରୋଚ୍ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନରେ ଯୋଗଦେବାକୁ ଆସିଥିବା ୟୁଟ୍ୟୁବର୍ ଧ୍ରୁବ ରାଠୀଙ୍କୁ ପୋଲିସ ହାଜତରୁ ଛାଡ଼ିଦିଆଯାଇଛି। ଗତକାଲି ବିଳମ୍ବିତ ରାତିରେ ପୋଲିସ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ବଡ଼ ସର୍ତ୍ତ ସହ ଅଭିଜିତ ଦୀପକେ, ସୌରଭ ଦାସ,ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୧୧।୧୦: ‘କକରୋଚ ଜନତା ପାର୍ଟି’ (CJP)ର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ମୁକ୍ତ କରାଯାଇଛି। ତେବେ, ସେମାନଙ୍କ ମୁକ୍ତି ଏକ ସର୍ତ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?