Posted inଜାତୀୟ

ଗ୍ରୀନ କ୍ରାକର ବିକ୍ରି ଅନୁମିତି ପାଇଁ ସରକାରଙ୍କୁ ଅନୁରୋଧ କଲେ ବାଣ ବ୍ୟବସାୟୀ

ନୂଆଦିଲ୍ଲୀ,୬ ।୧୧: ଦିଲ୍ଲୀ ସରକାର ଗୋଟିଏ ପଟେ ଲୋକଙ୍କ ସ୍ୱାସ୍ଥ୍ର‌୍ୟକୁ ଦୃଷ୍ଟିରେ ରଖି ଆସନ୍ତା ଦୀପାବଳିରେ ବାଣ ନ ଫୁଟାଇବାକୁ ପରାମର୍ଶ ଦେଇଛନ୍ତି । ଅନ୍ୟପଟେ ଶୁକ୍ରବାର ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ବାଣ ଫୁଟାଇବା ଦ୍ୱାରା ପରିବେଶ ଦୂଷିତ ହେଉଥିବାରୁ ନଭେମ୍ବର ୭ରୁ ୩୦ ପର୍ଯ୍ୟନ୍ତ ବାଣ ଫୁଟାଇବା ଉପରେ ନିଷେଧାଜ୍ଞା ଜାରି କରାଯାଇଛି । ଏମିତିକି କୌଣସି ପ୍ରକାର ବାଣ ଫୁଟାଯାଇ ପାରିବ ନାହିଁ ବୋଲି କୁହାଯାଇଛି । ହେଲେ ପୁର୍ବରୁ ବାଣ କିଣି ବ୍ୟବସାୟ ଆରମ୍ଭ କରିଥିବା ବ୍ୟବସାୟୀ ଏହାକୁ ଶୁଣି ନିରାଶ ହୋଇପଡିଛନ୍ତି । ଏମାନେ କହିଛନ୍ତି ଅତିକମରେ ଯଦି ସେମାନଙ୍କୁ ଗ୍ରୀନ୍ କ୍ରାକର ବିକ୍ରି ପାଇଁ ଅନୁମତି ପ୍ରଦାନ କରାଯାଏ ତେବେ ସେ କେତେକାଂଶରେ ବାଣରେ ଖର୍ଚ୍ଚ କରିଥିବା ଅର୍ଥ ଫେରସ୍ତ ପାଇ ପାରିବେ । ହେଲେ ଗୋଟିଏ ପଟେ କରୋନା ମହାମାରୀ ଓ ଅନ୍ୟପଟେ ଦିଲ୍ଲୀର ବାୟୁ ପ୍ରଦୂଷଣ ସରକାରଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଇଛି । ଏବେ ବ୍ୟବସାୟୀମାନେ ଅଭିଯୋଗ କରିଛନ୍ତି ଯେ ସରକାର ପ୍ରଥମେ ଆମକୁ ଗ୍ରୀନ୍ କ୍ରାକର ବିକ୍ରି ପାଇଁ ଲାଇସେନ୍ସ ପ୍ରଦାନ କଲେ ଆଉ ଏବେ ଏହାକୁ ବନ୍ଦ କରିଦେଲେ ଜଣେ ବ୍ୟବସାୟୀ ଅତିକମ୍‌ରେ ୧୫-୨୦ ଲକ୍ଷ ଟଙ୍କା କ୍ଷତି ସହିବାକୁ ପଡିବ । କାରଣ ଆମେ ଏବେ ବାଣ କିଣି ସାରିଛୁ । ତେଣୁ ସରକାରଙ୍କୁ ଅନୁରୋଧ କେବଳ ଗ୍ରୀନ୍ କ୍ରାକର ବିକ୍ରି ପାଇଁ ଅନୁମତି ପ୍ରଦାନ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି

ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…

ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM

ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…

ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri