ଗ୍ରୀଲ୍‌ ଭାଙ୍ଗି ଟଙ୍କା, ସୁନା ଲୁଟ୍‌

ରାଇରଙ୍ଗପୁର,୨ା୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଧୀନ ବିକାଶନଗର ବସ୍ତି ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଗ୍ରୀଲ ଭାଙ୍ଗି ମଙ୍ଗଳବାର ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୪ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଗୃହ ମାଲିକ ଛୋଟରାୟ ଟୁଡୁଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା(ନଂ.୧୧୮/୧୯) ରୁଜୁ କରି ତଦନ୍ତ ଜାରି ରଖିଛି। ଛୋଟରାୟ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ ତାଙ୍କ ଘରେ ପଶି ଲୁଟପାଟ କରିଥିଲେ। ଟାଉନ ଥାନା ଅଧିକାରୀ ରଞ୍ଜନ କୁମାର ସେଠୀ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଚଳାଇଥିବା କହିଛନ୍ତି।