ଗ୍ରୀଷ୍ମପ୍ରବାହ: ପାରଦ ଛୁଇଁଲା ୪୦ ଡିଗ୍ରୀ, ଆଜିଠୁ ୩୧ ଯାଏ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ୩୯.୧, ଟିଟିଲାଗଡ ୩୯, ଚାନ୍ଦବାଲି ୩୭.୨, କଟକ ୩୮.୨, ଭୁବନେଶ୍ୱର ୩୭.୭, ବାରିପଦା ୩୯, ସମ୍ବଲପୁର ୩୭.୧, ତାଳଚେର ୩୮, ଭବାନୀପାଟଣା ୩୭.୫, ସୋନପୁର ୩୮.୪, ନୟାଗଡ ୩୭ ଏବଂ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ତାତି ସାଙ୍ଗକୁ ଝାଞ୍ଜି ପବନ ପରିବେଶକୁ ଉତ୍ତପ୍ତ କରିଛି। ତେବେ ରବିବାରଠାରୁ ମାର୍ଚ୍ଚ ୩୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ବିହାର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଅପାଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୋଳ, ମୟୂରଭଞ୍ଜ ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନବୀନ, ଶାହା, ରାହୁଲଙ୍କ ପ୍ରଚାରକୁ ନଜର

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ଦେଶରେ ୭ଟି ପର୍ଯ୍ୟାୟ ମଧ୍ୟରୁ ଆସନ୍ତା ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ୍‌ ହେବ। ଯଦିଓ ରାଜ୍ୟର ୩ ପ୍ରମୁଖ ଦଳ...

ନିର୍ବାଚନରୁ ଓହରିଲେ ବିରଞ୍ଚତ୍

ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri