ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ

ବିନିକା,୧୩ା୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂସାମୁରା ଗାଁରେ ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ ଦେଖାଦେଲାଣି। ୨ଟି ଓ୍ବାର୍ଡରେ ବିଶିଷ୍ଟ ଏହି ଗ୍ରାମରେ ୭ଶହରୁ ଉର୍ଦ୍ଧ୍ୱ ଲୋକେ ବାସ କରୁଥିବା ବେଳେ ରହିଛି ୪ଟି ନଳକୂପ। ସ୍କୁଲ ଛକରେ ଥିବା ନଳକୂପ ସଚଳ ଥିବାବେଳେ ଅନ୍ୟ ୩ଟି ଦୀର୍ଘମାସ ହେଲା ଅଚଳ ହୋଇପଡିଛି ା ଏହି ପରିସ୍ଥିତିରେ ଗଁାଲୋକେ ପାନୀୟ ଜଳପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୩ମାସ ତଳେ ଦେଢଲକ୍ଷ ଟଙ୍କା ବ୍ୟୟରେ ଗାଁରେ ଏକ ସୌରଶକ୍ତି ଚାଳିତ ଜଳଯୋଗାଣ ପ୍ରକଳ୍ପ ନିର୍ମିତ ହୋଇଥିଲ। ହେଲେ ସେଥିରୁ ପାଣି ବାହାରୁ ନାହିଁ। ଅନ୍ୟନୋପାୟ ହୋଇ ଗ୍ରାମର ମହିଳାମାନେ ଗାଁ ସ୍କୁଲ ଛକ ନଳକୂପ ଓ ୨କିମି ଦୂର ସୋନପୁର-ବିନିକା ମୁଖ୍ୟରାସ୍ତାରେ ଥିବା ନଳକୂପର ଜଳ ସଂଗ୍ରହ କରୁଛନ୍ତି। ସେଠାରେ ପାଣି ପାଇଁ ଲମ୍ବାଧାଡି ଲାଗୁଛି। ବହୁ ସମୟରେ ଜଳ ସଂଗ୍ରହ କରିବା ବେଳେ ଗଣ୍ଡଗୋଳ ବି ହେଉଛି। ପାନୀୟ ଜଳ ସମସ୍ୟା ଓ ଅଚଳ ନଳକୂପ ମରାମତି ପାଇଁ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଅଧିକାରୀଙ୍କୁ ଗ୍ରାମବାସୀ ଅଭିଯୋଗ କରି ଆସୁଥିଲେ ସଦ୍ଧା ସମସ୍ୟାର ସମାଧାନ ହୋଇ ପାରିନାହିଁ ା ଏ ନେଇ ବିଭାଗୀୟ ଯନ୍ତ୍ରୀ ରଞ୍ଜନ ପୁଟେଲଙ୍କୁ ପଚାରିବାରୁ ସଂସାମୁରାରେ ଜଳକଷ୍ଟ ନେଇ ଆମେ କୌଣସି ଅଭିଯୋଗ ଏ ଯାଏ ପାଇନାହୁଁ। ତେବେ ଘଟଣାର ତଦନ୍ତ କରି ବିହିତ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ା ଅବିଳମ୍ବେ ଏହିସବୁ ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନାତ୍ମପନ୍ଥା ଗ୍ରହଣ କରାଯିବ ବୋଲି ସଂସାମୁରା ଗ୍ରାମର ସୀତା ମହାପାତ୍ର, ସାବିତ୍ରୀରାଣୀ ପାଣ୍ଡେ, ହେମବତୀ ରଣା, ଭୂମିସୂତା ରଣା, ଗୋଲାପୀ ରଣା, ବୈଦେହୀ ସାଥୁଆ, ଜୟ ରାମ ଖମାରୀ, ଧନୁ ରଣା ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri