Posted inଜାତୀୟ

ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ପାଇଁ ମିଶେଲ ଆପଣାଇଲେ ଦେଶୀ ପଦ୍ଧତି

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀରେ ଏବେ ପାରଦ ୪୦ ଡିଗ୍ରୀରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଭଳି ସ୍ଥିତିରେ ତିହାଡ଼ ଜେଲ୍‌ରେ ଥିବା କଏଦୀ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହାନ୍ତି। ଏହି ପରିପ୍ରେକ୍ଷୀରେ ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ହେଲିକେପ୍ଟର ଡିଲ ମାମଲାରେ ମଧ୍ୟସ୍ତି କରୁଥିବା ଖ୍ରୀଷ୍ଟିଆନ ମିଶେଲ ଏବେ ତିହାଡ ଜେଲରେ ବନ୍ଦୀ ଥିବାବେଳେ ଗରମରୁ ରକ୍ଷା ପାଇବା ପାଇଁ ଦେଶୀ ପଦ୍ଧତି ଆପଣାଇଛନ୍ତି। ତାଙ୍କ ସେଲ୍‌ରେ ଏସି କି କୁଲର ନ ଥିବା ବେଳେ କେବଳ ଗୋଟିଏ ଫ୍ୟାନ ରହିଛି। ହେଲେ ଏଥିରୁ ବହୁ କମ୍‌ ପବନ ବାହାରୁଥିବର ଜଣାପଡ଼ିଛି। ଫଳରେ ଗରମରୁ ନିସ୍ତାର ପାଇବା ପାଇଁ ମିସେଲ ନିଜ ସେଲ୍‌ରେ ଥିବା କମ୍ବଳ ଓ ଚାଦରକୁ ଥଣ୍ଡା ପାଣିରେ ବୁଡାଇ ସେଲ୍‌ର ଗେଟରେ ଢ଼ାଙ୍କି ଦେଇଛନ୍ତି। ଫଳରେ ବାହାରୁ ଆସୁଥିବା ଉତ୍ତପ୍ତ ପବନରୁ ଟିକେ ଆଶ୍ୱସ୍ତି ମିଳିପାରୁଛି। ମିଶେଲଙ୍କ ପରେ ଅନ୍ୟ କଏଦୀ ମଧ୍ୟ ଗରମରୁ ନିସ୍ତାର ପାଇବା ପାଇଁ ଏହି ପଦ୍ଧତିକୁ ଆପଣାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri